ବନ୍ଧା ହେଲା ୧୪ ହାତିଆ ନାଲି ପତିତପାବନ ବାନା

ପୁରୀ ଅଫିସ,୨୦।୨: ରାଷ୍ଟ୍ରପତି ଓ ତାଙ୍କ ପରିବାରକୁ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ଶ୍ରୀମନ୍ଦିରରେ ଦର୍ଶନ କରାଇଥିଲେ। ଏହାପରେ ରାଷ୍ଟ୍ରପତି ନାରାୟଣ ଗୋଚ୍ଛିକାରଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ ଅତ୍ୟନ୍ତ ଆନନ୍ଦିତ ଥିବା କହିଥିବାବେଳେ ତାଙ୍କ ଖାତାରେ ମେଜର ଏଡିସି ଗୋପାଳ ସିଂ ପୁନିଆଙ୍କୁ ଦସ୍ତଖତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ କୌଳିକ ପଣ୍ଡା ରାଷ୍ଟ୍ରପତିଙ୍କ ନାମରେ ୧୪ ହାତିଆ ନାଲି ପତିତପାବନ ବାନା ନୀଳଚକ୍ରରେ ବାନ୍ଧିଥିଲେ। ବାନା ବନ୍ଧାଯିବାର ସମ୍ପୂର୍ଣ୍ଣ ଦୃଶ୍ୟ ରାଷ୍ଟ୍ରପତି ସପରିବାରେ ଶ୍ରୀମନ୍ଦିର ପରିସରରେ ରହି ଦେଖିଥିଲେ।

ଗର୍ଭଗୃହ ଦର୍ଶନକୁ ନେଇ ଚର୍ଚ୍ଚା
ମହାପ୍ରଭୁଙ୍କୁ ଗର୍ଭଗୃହ ଦର୍ଶନ ପାଇଁ ପାରମ୍ପରିକ ବେଶପୋଷାକ ଆବଶ୍ୟକ। ଯେକେହି ପୋଖରିଆକୁ ପ୍ରବେଶ କଲେ ପାରମ୍ପରିକ ବେଶପୋଷାକରେ ଯିବାର ବିଧି ରହିଛି। ସାଧାରଣ ଲୋକଙ୍କୁ ଗର୍ଭଗୃହ ଦୈନନ୍ଦିନ ଦର୍ଶନ ମିଳୁ ନାହିଁ। ଶନିବାର ରାଷ୍ଟ୍ରପତିଙ୍କ ସମେତ ତାଙ୍କ ପୂରା ପରିବାର ମଧ୍ୟ ଗର୍ଭଗୃହରେ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ରାଷ୍ଟ୍ରପତିଙ୍କ ପରିବାର ଲୋକେ ଏହି ଦର୍ଶନ କରିଥିବା ନେଇ କୌଳିକ ପଣ୍ଡା ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତିଙ୍କ ଏହି ଗର୍ଭଗୃହ ଦର୍ଶନକୁ ନେଇ ନାନା ଚର୍ଚ୍ଚା ହୋଇଛି।

୩ଟା ୪୦ରୁ ବନ୍ଦ ହେଲା ସାଧାରଣ ଦର୍ଶନ
ରାଷ୍ଟ୍ରପତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କାର୍ଯ୍ୟକ୍ରମ ହେତୁ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବା ନେଇ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଥିଲା। ମାତ୍ର ରାଷ୍ଟ୍ରପତି ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚତ୍ଥିବାରୁ ଏହାର ୨୦ ମିନିଟ୍‌ ପୂର୍ବରୁ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରି ଦିଆଯାଇଥିଲା। ଏଥିପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ସାଧାରଣ ରବିବାର ଶ୍ରୀମନ୍ଦିର ବନ୍ଦ ରହୁଥିବା ହେତୁ ଶନିବାର ସାଧାରଣ ଦର୍ଶନ ପାଇଁ ଜୋର ଗହଳି ଦେଖାଦେଇଥାଏ। ଏଣୁ ରାଷ୍ଟ୍ରପତିଙ୍କ ଦର୍ଶନ ସମୟରେ ଶ୍ରୀମନ୍ଦିର ବାହାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri