Posted inଜାତୀୟ

ପ୍ରଥମେ ମୋଦିଙ୍କ ପ୍ରଶଂସା କଲେ, ଜେଡିୟୁ ଛାଡି ନୂଆ ଦଳ ଗଠନ କଲେ ଉପେନ୍ଦ୍ର କୁଶୱାହା

ପାଟନା,୨୦ ।୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଦୀର୍ଘଦିନ ଧରି ଚାଲିଥିବା ତୁତୁମେମେ ପରେ ଶେଷରେ ଉପେନ୍ଦ୍ର କୁଶୱାହା ଜନତା ଦଳ ୟୁନାଇଟେଡ(ଜେଡିୟୁ) ଛାଡିଛନ୍ତି । ସୋମବାର ସେ ଏହି ଘୋଷଣା କରିବା ସହ ନିଜର ନୂଆ ଦଳ ମଧ୍ୟ ଗଠନ କରିଛନ୍ତି । ସେ ତାଙ୍କ ଦଳର ନାମ ‘ରାଷ୍ଟ୍ରୀୟ ଲୋକ ଜନତା ଦଳ’ ରଖିଛନ୍ତି ।
ଉପେନ୍ଦ୍ର କୁଶୱାହା ବିଧାନ ପରିଷଦର ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ସେ ନିଜ ଦଳର ଅଧ୍ୟକ୍ଷ ହେବେ । ଉପେନ୍ଦ୍ର କୁଶୱାହା କହିଛନ୍ତି ମୁଁ ଦଳର ସମସ୍ତ ଦାୟିତ୍ୱ ଛାଡି ଦେଇଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଲଲନ ସିଂହଙ୍କୁ ସକାଳୁ ଏ ସମ୍ପର୍କରେ ଜଣାଇଥିଲି । ସେ କହିଛନ୍ତି ବିରୋଧୀ ଦଳରେ ଏକତା ନାହିଁ ହେଲେବି ୨୦୨୪ ନିର୍ବାଚନରେ ବିଜୟୀ ହେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏତେ ସହଜ ହେବ ନାହିଁ ।
କୁଶୱାହା କହିଛନ୍ତି ଆଜିଠାରୁ ଏକ ନୂଆ ରାଜନୈତିକ ଖେଳ ଆରମ୍ଭ ହେଲା । ନୂଆ ଦଳର ନାମ ‘ରାଷ୍ଟ୍ରୀୟ ଲୋକ ଜନତା ଦଳ’ ରଖାଯାଇଛି । ନିର୍ବାଚିତ ସାଥିଙ୍କୁ ପାଟନା ଡକାଯାଇଛି । ସମସ୍ତେ ସେମାନଙ୍କର ସମସ୍ୟା ବଖାଣୁଛନ୍ତି । ସାଧାରଣ ଜନତା ମଧ୍ୟ ଚିନ୍ତାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri