୨୦୨୩ ଶେଷ ସୁଦ୍ଧା ଜୟଦେବ ପୀଠର ଉନ୍ନତୀକରଣ

ଭୁବନେଶ୍ୱର,୯।୧୨(ବ୍ୟୁରୋ):କେନ୍ଦୁଲିସ୍ଥିତ ଜୟଦେବ ପୀଠର ହେବ ଉନ୍ନତିକରଣ। ୨୦୧୯ ‘ଫନି’ ବାତ୍ୟା ପରେ ନଷ୍ଟ ହୋଇଯାଇଥିବା ପୀଠର ପୁନରୁଦ୍ଧାର ସହ ବିକାଶ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ପଦକ୍ଷେପ ନିଆଯିବ। ଗୁରୁବାର ରାଜସ୍ବ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ। ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଏହି ପୀଠ ପରିଦର୍ଶନ କରି ଖୋର୍ଦ୍ଧା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଏବଂ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ପୀଠର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ପୂର୍ବକ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ପୀଠର ଉନ୍ନତିକରଣ ପାଇଁ ଜାରି ରହିଥିବା କାର୍ଯ୍ୟକୁ ତ୍ୱରିତ ପଦକ୍ଷେପ ନେଇ ସମ୍ପୂର୍ଣ୍ଣ କରିବାକୁ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ପୀଠରେ ପର୍ଯ୍ୟଟନ ବିଭାଗ ତରଫରୁ ନିର୍ମାଣଧୀନ ପ୍ରେକ୍ଷାଳୟ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ଅନୁଭବ କରି ଏହି ପ୍ରକଳ୍ପକୁ ୨୦୨୩ ଡିସେମ୍ବର ସୁଦ୍ଧା ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପୀଠ ପ୍ରମୋଦ ଉଦ୍ୟାନରେ ଥିବା ୨ଟି ପୁଷ୍କରିଣୀର ପୁନରୁଦ୍ଧାର ଏବଂ ପୀଠରେ ଥିବା ମନ୍ଦିର ଓ ସଂଗ୍ରହାଳୟର ସୌନ୍ଦର୍ଯ୍ୟକରଣ, ନିର୍ମାଣାଧୀନ ଗ୍ରାମୀଣ ଗ୍ରନ୍ଥାଗାର ସମ୍ପୂର୍ଣ୍ଣକରଣ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।
ସମୀକ୍ଷା ବୈଠକରେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଶାସନ ସଚିବ ବାଳମୁକୁନ୍ଦ ଭୂୟାଁ, ଭୁବନେଶ୍ୱର ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ, ବାଲିଅନ୍ତା ମଣ୍ଡଳ ଉନ୍ନୟନ ଅଧିକାରୀ ନାରାୟଣଚନ୍ଦ୍ର ନାୟକ, ବାଲିପାଟଣା ବିଡିଓ ଆଦିକନ୍ଦ ବେହେରା, ଜିଲା ସଂସ୍କୃତି ଅଧିକାରୀ ଅଞ୍ଜନ କୁମାର ବାରିକ ପ୍ରମୁଖଙ୍କ ସହ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri