ପାରାଦୀପରେ ହଇଚଇ: ତୈଳବାହୀ ଜାହାଜରେ ୨୧ ପାକିସ୍ତାନୀ ନାବିକ

ପାରାଦୀପ, ୧୪।୫(ଶରତ ରାଉତ):ପାରାଦୀପ ବନ୍ଦର ଏସ୍‌ପିଏମ୍‌ (ସିଙ୍ଗଲ ପଏଣ୍ଟ ମୋରିଂ ସିଷ୍ଟମ) ବର୍ଥରେ ବୁଧବାର ତୈଳବାହୀ ଜାହାଜ ଏକତଟି ସିରେନ-୨ ଲାଗିବ। ଉକ୍ତ ଜାହାଜରେ ୨୫ ନାବିକଙ୍କ ମଧ୍ୟରୁ ୨୧ଜଣ ପାକିସ୍ତାନୀ ଥିବା ମଙ୍ଗଳବାର ଜଣାପଡ଼ିଛି। ଏ ନେଇ ଇମିଗ୍ରେଶନ ବିଭାଗ ପକ୍ଷରୁ ତତ୍ପରତା ଦେଖା ଦେଇଛି। ଜାହାଜରେ ପାକିସ୍ତାନୀ ନାବିକ ଥିବାରୁ ପଣ୍ୟ ଖଲାସ ସମୟ ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ କରିବାକୁ ଇମିଗ୍ରେଶନ ବିଭାଗ ମେରାଇନ ପୋଲିସ, ପାରାଦୀପ ବନ୍ଦର ପ୍ରଶାସନକୁ ଅବଗତ କରାଇଛି। କାରଣ ପାକିସ୍ତାନୀ ନାଗରିକ ଭାରତ ସୀମା ମଧ୍ୟରେ ପ୍ରବେଶ ଉପରେ ବୈଦେଶିକ କଟକଣା ରହିଛି। ଉକ୍ତ ଜାହାଜରେ ହଂକଂ ପତାକା ରହିଛି। ଦକ୍ଷିଣ କୋରିଆ ଦେଶରୁ ୧୩୫ ମେଟ୍ରିକ ଟନ ଅଶୋଧିତ ତୈଳ ବୋଝେଇ ହୋଇ ଆସୁଛି। ଉକ୍ତ ତୈଳ ଏସ୍‌ପିଏମ୍‌ ବର୍ଥରେ ବୁଧବାର ଖଲାସ ହେବ ବୋଲି ବନ୍ଦର ଡିଟିଆର (ଡେଲି ଟ୍ରାଫିକ ରିପୋର୍ଟ)ରୁ ଜଣାପଡିଛି। ନାବିକଙ୍କ ମଧ୍ୟରେ ୨୧ ପାକିସ୍ତାନ, ୨ ଭାରତୀୟ, ଜଣେ ଶ୍ରୀଲଙ୍କା, ଜଣେ ଥାଇଲାଣ୍ଡ ଦେଶର ବୋଲି ଇମିଗ୍ରେଶନ ବିଭାଗ ସୂତ୍ରରୁ ଜଣାପଡ଼ିଛି। ପାରାଦୀପ ବନ୍ଦର ଏସ୍‌ପିଏମ୍‌ ପୋତାଶ୍ରୟଠାରୁ ୨୦ କି.ମି. ଦୂର ସମୁଦ୍ର ମଧ୍ୟରେ ଜାହାଜ ରହିଛି। ସେଠାରେ ଭାସମାନ ବର୍ଥକୁ ଏସ୍‌ପିଏମ୍‌ ବୋଲି କୁହାଯାଏ। ସେଠାରେ କେବଳ ବୃହତ ତୈଳବାହୀ ଜାହାଜରୁ ଅଶୋଧିତ ତୈଳ ପାଇପ୍‌ଲାଇନ ଯୋଗେ ଖଲାସ କରାଯାଇଥାଏ। ବୁଧବାର ଜାହାଜ ଲାଗିବା ପାଇଁ କ୍ଲିୟରାନ୍ସ ମିଳିଛି। କିନ୍ତୁ ଅପସାରଣ ଶେଷ ପର୍ଯ୍ୟନ୍ତ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଠାରେ ପ୍ରଶ୍ନ ଉଠେ, ମେରାଇନ ପୋଲିସର ପାଟ୍ରୋଲିଂ ବୋଟ ଏ ପର୍ଯ୍ୟନ୍ତ ମହାନଦୀ ମୁହାଣ ଅତିକ୍ରମ କରିନାହିଁ। ବୁଧବାର କିପରି ଏସ୍‌ପିଏମ୍‌ ପର୍ଯ୍ୟନ୍ତ ପୋଲିସ ଯିବ ତାକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri