Posted inଜାତୀୟ

୩୭୦ ଉଚ୍ଛେଦ ବିରୋଧରେ ପ୍ରସ୍ତାବକୁ ନେଇ କଶ୍ମୀର ବିଧାନସଭାରେ ଉତ୍ତେଜନା

ଶ୍ରୀନଗର,୪ା୧୧ : ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନରେ ଅନୁଚ୍ଛେଦ ୩୭୦ ବିରୋଧରେ ପ୍ରସ୍ତାବକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ପିଡିପି ବିଧାୟକ ଓ୍ବାହିଦ ପାରା ସୋମବାର ବିଧାନସଭାରେ ୩୭୦ ଉଚ୍ଛେଦ ବିରୋଧରେ ପ୍ରସ୍ତାବ ଆଣିବା ସହ ତୁରନ୍ତ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ପାହ୍ୟା ପ୍ରଦାନ ପାଇଁ ଦାବି କରିଥିଲେ। ଏହାକୁ ନେଇ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ନେତା ତଥା ୭ ଥରର ବିଧାୟକ ଅବଦୁଲ ରହିମ୍‌ ରାଠେରଙ୍କୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ପ୍ରଥମ ବାଚସ୍ପତି ନିର୍ବାଚିତ କରାଯିବା ପରେ ପୁଲ୍‌ଓ୍ବାମା ବିଧାୟକ ଉପରୋକ୍ତ ପ୍ରସ୍ତାବ ଆଣିଥିଲେ। ଲୋକମାନଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ସୁବିଧା ପ୍ରଦାନ କରୁଥିବା ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ଆମେ ବିରୋଧ କରୁଛୁ ବୋଲି ବିଧାୟକ କହିଥିଲେ। ଭାଜପାର ସମସ୍ତ ୨୮ ବିଧାୟକ ଛିଡ଼ାହୋଇ ଏହାର ପ୍ରତିବାଦ ଜଣାଇଥିଲେ। ବିଧାନସଭା ନିୟମର ଉଲ୍ଲଂଘନ କରି ପ୍ରସ୍ତାବ ଆଣିଥିବା ପାରାଙ୍କୁ ନିଲମ୍ବନ କରାଯାଉ ବୋଲି ଭାଜପା ବିଧାୟକ ଶାମ ଲାଲ୍‌ ଶର୍ମା ଦାବି କରିଥିଲେ। ବାରମ୍ବାର ଅନୁରୋଧ ସତ୍ତ୍ୱେ ହଟ୍ଟଗୋଳ କରୁଥିବା ସଦସ୍ୟମାନେ ସେମାନଙ୍କ ଆସନକୁ ଫେରିଯାଇ ନ ଥିଲେ। ଭାଜପା ସଦସ୍ୟମାନେ ଗୃହ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା ନେଇ ଏନ୍‌ସି ବିଧାୟକ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri