ସାଇବର ଠକଙ୍କ ହାତରେ ୟୁପିଆଇ

ଭୁବନେଶ୍ୱର ୧୯।୯ (ବ୍ୟୁରୋ):ଆପଣଙ୍କ ଅଜାଣତରେ ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଯାଇପାରେ ଟଙ୍କା। କାରଣ ସାଇବର ଠକଙ୍କ ହାତକୁ ଚାଲିଯାଇପାରେ ଟଙ୍କା ଟ୍ରାନ୍ସଫର ପାଇଁ ବ୍ୟବହୃତ ହେଉଥିବା ୟୁପିଆଇ ନମ୍ବର। ଏପରି ଭାବେ ଭୁବନେଶ୍ୱରରେ ଜଣେ ରାଜମିସ୍ତ୍ରୀଙ୍କ ଆକାଉଣ୍ଟ୍‌ରୁ ୟୁପିଆଇ ମାଧ୍ୟମରେ ସାଇବର ଠକେଇ ଟଙ୍କା ଟ୍ରାନ୍ସଫର କରିନେଇଛନ୍ତି। ଠକେଇର ଶିକାର ବ୍ୟକ୍ତି ହେଲେ ଏୟାରପୋର୍ଟ ଥାନା ଅନ୍ତର୍ଗତ ପଳାଶପଲ୍ଲୀ ଅଞ୍ଚଳରେ ରହୁଥିବା ଗଞ୍ଜାମ ଜିଲା ବ୍ରହ୍ମପୁର ଅଞ୍ଚଳର କୁଶ ଗୌଡ଼। ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସାଇବର ଠକ ବିଭିନ୍ନ ପର୍ଯ୍ୟାୟରେ ୨୯ ହଜାର ୭୦୦ଟଙ୍କା ନେଇଯାଇଥିବା ସେ ରବିବାର ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, କୁଶ ଏକ ଘରୋଇ କମ୍ପାନୀ ପାଇଁ ଠିକାରେ କାମ କରୁଛନ୍ତି। ଶନିବାର ଉକ୍ତ କମ୍ପାନୀ କର୍ତ୍ତୃପକ୍ଷ କୁଶଙ୍କ ଆକାଉଣ୍ଟକୁ କାମ ପାଇଁ ୩୦ ହଜାର ଟଙ୍କା ପଠାଇଥିଲେ। ରବିବାର ସକାଳେ ସହକର୍ମୀଙ୍କୁ ଟଙ୍କା ଦେବାକୁ କୁଶ ତାଙ୍କ ପୁଅଙ୍କୁ ଡେବିଟ୍‌ କାର୍ଡ ଦେଇ ଏଟିଏମ୍‌କୁ ପଠାଇଥିଲେ। ଯାଞ୍ଚ କରିବାରୁ ଆକାଉଣ୍ଟରେ ଟଙ୍କା ନ ଥିବା ଜଣାପଡ଼ିଥିଲା। ତେଣୁ ଏନେଇ ତାଙ୍କ ସ୍ତ୍ରୀ ବ୍ୟାଙ୍କକୁ ଯାଇଥିଲେ। ଦୁଇଥର ୧୦ ହଜାର ଏବଂ ଥରେ ୯ ହଜାର ୭୦୦ ଟଙ୍କା ୟୁପିଆଇ ଦ୍ୱାରା ନିଆଯାଇଥିବା ବ୍ୟାଙ୍କ କର୍ମଚାରୀ ଜଣାଇଥିଲେ। ତେବେ କୁଶଙ୍କ କହିବା ଅନୁଯାୟୀ ତାଙ୍କ ପାଖରେ ସ୍ମାର୍ଟ ଫୋନ ନ ଥିବାରୁ କୌଣସି ୟୁପିଆଇ ଆପ୍‌ ସେ ବ୍ୟବହାର କରୁନାହାନ୍ତି। ୟୁପିଆଇ ଦ୍ୱାରା କିପରି ଟଙ୍କା ନିଆଗଲା ସେନେଇ ସେ ଚିନ୍ତାରେ ପଡ଼ିଛନ୍ତି। ପୋଲିସ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କଠାରୁ ଟ୍ରାଞ୍ଜାକ୍ସନ୍‌ ବିବରଣୀ ମାଗି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri