ଥରକେ ଏତିକି ଲକ୍ଷ ଟଙ୍କା ପର୍ଯ୍ୟନ୍ତ କରିପାରିବେ ୟୁପିଆଇ ପେମେଣ୍ଟ

ମୁମ୍ବାଇ, ୮ା୮: ୟୁପିଆଇ ମାଧ୍ୟମରେ ଏଣିକି ଗୋଟିଏ ଥରରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ। ପୂର୍ବରୁ ଏହି ସୀମା ୧ ଲକ୍ଷ ଟଙ୍କା ଯାଏ ଥିଲା ବେଳେ ଏଥିରେ ବୃଦ୍ଧି କାରାଯାଇଛି। ଏନେଇ ଗୁରୁବାର ଆରବିଆଇର ମୁଦ୍ରା ନୀତି ବୈଠକ ପରେ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ଏଥିସହିତ ଚେକ୍ କ୍ଲିୟରାନ୍ସ କିଛି ଘଣ୍ଟାରେ କରିବାକୁ ଅନୁମତି ଦେଇଛନ୍ତି।

ବୈଠକ ସମୟରେ ପୁରୁଣା ଘର ଋଣ ଉପରେ ଅଧିକ ସୁଦ୍ଧା ଆଦାୟ ଉପରେ ବ୍ୟାଙ୍କ ଚିନ୍ତା ପ୍ରକଟ କରିଛନ୍ତି। ବଜେଟ୍ ୨୦୨୪ ଆସିବା ପରେ ଅନୁଷ୍ଠିତ ହୋଇଥିବା ପ୍ରଥମ ମୁଦ୍ରା ନୀତି କମିଟି(ଏମପିସି) ବୈଠକରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି।

ଶକ୍ତିକାନ୍ତ ଦାସ କହିଥିଲେ କି, ୬ ରୁ ୪ ସଦସ୍ୟ ରେପୋ ରେଟ୍ ଅପରିବର୍ତ୍ତିତ ରଖିବା ସପକ୍ଷରେ କହିଥିଲେ। ରେପୋ ରେଟ୍ ଘୋଷଣା କରିବା ସହିତ ସେ ବୈଶ୍ଵିକ ସଙ୍କଟ ସମ୍ପର୍କରେ ଚିନ୍ତା ପ୍ରକଟ କରିଥିଲେ।

ଏଥିରେ ଆର୍ଥିକ ବର୍ଷ ୨୫ରେ ଭାରତର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବ ବୋଲି ଆରବିଆଇ ଏହାର ପୂର୍ବାନୁମାନ ଅପରିବର୍ତ୍ତିତ ରଖିଛି। ପ୍ରଥମ ତ୍ରୈମାସିକରେ ୭.୧ ଅଭିବୃଦ୍ଧି ହାର ରହିଥିଲା, ଯାହା ୭.୩% ପୂର୍ବାନୁମାନ କରାଯାଇଥିଲା। ସେହିଭଳି ଦ୍ୱିତୀୟ ତ୍ରୈମାସିକରେ ୭.୨% ଏବଂ ତୃତୀୟ ପାଇଁ ୭.୩% ଅଭିବୃଦ୍ଧି ପୂର୍ବାନୁମାନ କରାଯାଇଛି। ସେହିପରି ୨୬ ଆର୍ଥିକ ବର୍ଷରେ ଭାରତର ଅଭିବୃଦ୍ଧି ୭.୨% ରହିବ ବୋଇ ମଧ୍ୟ ଆକଳନ କାରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri