UPI Down: କାମ କରୁନି ୟୁପିଆଇ, ପେମେଣ୍ଟ କରିପାରୁନାହାନ୍ତି ବ୍ୟବହାକାରୀ

ନୂଆଦିଲ୍ଲୀ,୨୬।୩: UPI ସେବାରେ ଏକ ବଡ଼ ଯାନ୍ତ୍ରିକ ସମସ୍ୟା ଦେଖିବାକୁ ମିଳିଛି। ଫଳରେ ହଜାର ହଜାର ଉପଭୋକ୍ତା ପେମେଣ୍ଟ ଏବଂ ଟଙ୍କା ଟ୍ରାନ୍ସଫର ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଥିରେ GooglePay ଏବଂ PhonePe ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଅନେକ ବ୍ୟବହାରକାରୀ ସୋସିଆଲ ମିଡିଆରେ ସେମାନଙ୍କର ସମସ୍ୟାକୁ ଉଲ୍ଲେଖ କରୁଥିବା ଦେଖାଯାଇଛି।

ଡାଉନଡିଟେକ୍ଟରର ରିପୋର୍ଟ ଅନୁସାରେ, ଏହି ସମସ୍ୟା ସା ୭ଟାରୁ ହେଉଛି। ଏଥିଯୋଗୁ ପ୍ରାୟ ୨୩,୦୦୦ ଅଭିଯୋଗ ପଞ୍ଜିକୃତ ହୋଇସାରିଛି। ଏଥିମଧ୍ୟରୁ ଅନେକ ଉପଭୋକ୍ତା ଟଙ୍କା ପଠାଇବାରେ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ କିଛି ଲୋକ ଟଙ୍କା ଗ୍ରହଣ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ବିଭ୍ରାଟ ଯୋଗୁ ୮୨ ପ୍ରତିଶତ ଉପଭୋକ୍ତା ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେହି ସମୟରେ ୧୩ ପ୍ରତିଶତ ଉପଭୋକ୍ତା ପାଣ୍ଠି ସ୍ଥାନାନ୍ତର କରିବାରେ ଏବଂ ୪ ପ୍ରତିଶତ ଉପଭୋକ୍ତା ଆପ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

UPI ଲୋକପ୍ରିୟ ଡିଜିଟାଲ ପେମେଣ୍ଟ ସେବା
ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଏକ ଲୋକପ୍ରିୟ ଡିଜିଟାଲ ପେମେଣ୍ଟ ସେବା। ଯାହାକୁ ନ୍ୟାସନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି ସେବା ଲକ୍ଷ ଲକ୍ଷ ଭାରତୀୟଙ୍କୁ ମୋବାଇଲ ଫୋନ ମାଧ୍ୟମରେ ବିନା କୌଣସି ଅସୁବିଧାରେ ଟଙ୍କା ପଠାଇବା ଏବଂ ଗ୍ରହଣ କରିବାର ସୁବିଧା ପ୍ରଦାନ କରିଥାଏ। UPI ମାଧ୍ୟମରେ ଲୋକମାନେ ସହଜରେ ଅନଲାଇନ ଶପିଂ, ବିଲ୍‌ ପେମେଣ୍ଟ, ଟଙ୍କା ଟ୍ରାନ୍ସଫର ଏବଂ ଅନ୍ୟାନ୍ୟ ଅନେକ କାରବାର କରିଥାଆନ୍ତି। ଏଭଳି ସ୍ଥିତିରେ ଉପୁଜିଥିବା ବିଭ୍ରାଟକୁ ସମାଧାନ କରିବା ପାଇଁ ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri