UPI Down: କାମ କରୁନି ୟୁପିଆଇ, ପେମେଣ୍ଟ କରିପାରୁନାହାନ୍ତି ବ୍ୟବହାକାରୀ

ନୂଆଦିଲ୍ଲୀ,୨୬।୩: UPI ସେବାରେ ଏକ ବଡ଼ ଯାନ୍ତ୍ରିକ ସମସ୍ୟା ଦେଖିବାକୁ ମିଳିଛି। ଫଳରେ ହଜାର ହଜାର ଉପଭୋକ୍ତା ପେମେଣ୍ଟ ଏବଂ ଟଙ୍କା ଟ୍ରାନ୍ସଫର ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଥିରେ GooglePay ଏବଂ PhonePe ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଅନେକ ବ୍ୟବହାରକାରୀ ସୋସିଆଲ ମିଡିଆରେ ସେମାନଙ୍କର ସମସ୍ୟାକୁ ଉଲ୍ଲେଖ କରୁଥିବା ଦେଖାଯାଇଛି।

ଡାଉନଡିଟେକ୍ଟରର ରିପୋର୍ଟ ଅନୁସାରେ, ଏହି ସମସ୍ୟା ସା ୭ଟାରୁ ହେଉଛି। ଏଥିଯୋଗୁ ପ୍ରାୟ ୨୩,୦୦୦ ଅଭିଯୋଗ ପଞ୍ଜିକୃତ ହୋଇସାରିଛି। ଏଥିମଧ୍ୟରୁ ଅନେକ ଉପଭୋକ୍ତା ଟଙ୍କା ପଠାଇବାରେ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ କିଛି ଲୋକ ଟଙ୍କା ଗ୍ରହଣ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ବିଭ୍ରାଟ ଯୋଗୁ ୮୨ ପ୍ରତିଶତ ଉପଭୋକ୍ତା ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେହି ସମୟରେ ୧୩ ପ୍ରତିଶତ ଉପଭୋକ୍ତା ପାଣ୍ଠି ସ୍ଥାନାନ୍ତର କରିବାରେ ଏବଂ ୪ ପ୍ରତିଶତ ଉପଭୋକ୍ତା ଆପ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

UPI ଲୋକପ୍ରିୟ ଡିଜିଟାଲ ପେମେଣ୍ଟ ସେବା
ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଏକ ଲୋକପ୍ରିୟ ଡିଜିଟାଲ ପେମେଣ୍ଟ ସେବା। ଯାହାକୁ ନ୍ୟାସନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି ସେବା ଲକ୍ଷ ଲକ୍ଷ ଭାରତୀୟଙ୍କୁ ମୋବାଇଲ ଫୋନ ମାଧ୍ୟମରେ ବିନା କୌଣସି ଅସୁବିଧାରେ ଟଙ୍କା ପଠାଇବା ଏବଂ ଗ୍ରହଣ କରିବାର ସୁବିଧା ପ୍ରଦାନ କରିଥାଏ। UPI ମାଧ୍ୟମରେ ଲୋକମାନେ ସହଜରେ ଅନଲାଇନ ଶପିଂ, ବିଲ୍‌ ପେମେଣ୍ଟ, ଟଙ୍କା ଟ୍ରାନ୍ସଫର ଏବଂ ଅନ୍ୟାନ୍ୟ ଅନେକ କାରବାର କରିଥାଆନ୍ତି। ଏଭଳି ସ୍ଥିତିରେ ଉପୁଜିଥିବା ବିଭ୍ରାଟକୁ ସମାଧାନ କରିବା ପାଇଁ ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?