ବିପଦସଙ୍କୁଳ ଅବସ୍ଥାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଛାତରୁ ଗଳୁଛି ପାଣି

ଲାଞ୍ଜିଗଡ଼,୧୪ା୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ୧୮୯୧ ମସିହାରେ ସ୍ଥାପିତ ହୋଇଥିବା ବିଦ୍ୟାଳୟକୁ ଇତିମଧ୍ୟରେ ୧୩୫ ବର୍ଷ ବିତିବାକୁ ବସିଥିବାବେଳେ ଅଣଦେଖା କରାଯିବା ଘଟଣା ଆଲୋଚନାର ବିଷୟ ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସ୍କୁଲରେ ୩୮୧ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସ୍କୁଲ ପାଚେରିର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବା ବେଳେ ଛାତରୁ ପାଣି ଗଳୁଛି। ସମ୍ପୂର୍ଣ ଛପର ଘର ଥିବା ଏହି ସ୍କୁଲର ବିଭିନ୍ନ ସ୍ଥାନରେ କାନ୍ଥ ଫାଟି ଆଁ କଲାଣି। ଚଟାଣ ଫାଟି ଯାଇଥିବା ବେଳେ ଛପରରେ ଲାଗିଥିବା କାଠ ଉଈ ଖାଇ ଝୁଲିକି ରହିଛି। ଏ ନେଇ ସ୍କୁଲ ପରିଚାଳନା କମିଟି ସଭାପତି ବଳରାମ ପୂଜାରୀଙ୍କୁ ପଚାରିବାରୁ ବାରମ୍ବାର ପ୍ରଶାସନକୁ ଅବଗତ କରିବା ପରେ ବି ସ୍ଥିତିରେ କୌଣସି ସୁଧାର ଆସୁ ନ ଥିବା କହିଛନ୍ତି। ଏହି ସମସ୍ୟା ଯୋଗୁ ପ୍ରାୟ ୫୦ ପ୍ରତିଶତ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢୁଛନ୍ତି। ମଧ୍ୟାହ୍ନ ଭୋଜନ ରୋଷେଇ ହେଉଥିବା ସ୍ଥାନରେ ପାଣି ଗଳୁଛି। ଅଳ୍ପ ବର୍ଷାରେ ବି ଲାଞ୍ଜିଗଡ଼ ବସ୍ତିର ଡ୍ରେନ୍‌ ପାଣି ସ୍କୁଲରେ ପ୍ରବେଶ କରି କୃତ୍ରିମ ପୋଖରୀ ସୃଷ୍ଟି କରୁଛି। ପ୍ରଶାସନିକ ଅଣଦେଖା ଯୋଗୁ ଏହି ବିଦ୍ୟାଳୟର ଅବସ୍ଥା ଜରାଜୀର୍ଣ୍ଣ ହୋଇ ରହିଥିବା ବେଳେ ଅଭିଭାବକମାନେ ପିଲାଙ୍କୁ ଛାଡିବା ନେଇ ଆଶଙ୍କା ବ୍ୟକ୍ତ କଲେଣି। ୨୦୨୩ ଅଗଷ୍ଟ ୨୧ରେ ରାଜ୍ୟ ସରକାରଙ୍କ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ସ୍କୁଲ ଭିତ୍ତିଭୂମି, ସ୍କୁଲରେ ଅତିରିକ୍ତ ଶିକ୍ଷା ସୁବିଧା, ସ୍କୁଲ ଶିକ୍ଷାର ଆଧୁନିକୀକରଣ ପାଇଁ ଅନୁଦାନ ଦିଆଯାଇଥିଲା। କିନ୍ତୁ ସେତେବେଳେ ଏହି ଯୋଜନାରୁ ବାଦ ପଡ଼ିଥିଲା ଲାଞ୍ଜିଗଡ଼ ଉଚ୍ଚ ପ୍ରାଥମିକ ସ୍କୁଲ। ଗତବର୍ଷ ଜିଲା ପ୍ରଶାସନ ପକ୍ଷରୁ ଏହି ସ୍କୁଲକୁ ଗୋଦାବରୀଶ ମିଶ୍ର ସ୍କୁଲ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ଖୋଦ ଜିଲାପାଳ ସୁପାରିସ କରିଥିଲେ। ମାତ୍ର ତାହା ବି ହୋଇପାରି ନ ଥିଲା। ଏହି ପୁରୁଣା ସ୍କୁଲକୁ ଦାୟିତ୍ୱରେ ଥିବା ପ୍ରଶାସନିକ ଅଧିକାରୀ ଓ ରାଜନେତାମାନେ ସମ୍ପୂର୍ଣ୍ଣ ଭାବେ ଅଣଦେଖା କରୁଥିବା ନେଇ ଅଭିଭାବକଙ୍କ ମଧ୍ୟରେ କ୍ଷୋଭ ପ୍ରକାଶ ପାଇଛି। ତେଣୁ ପ୍ରଶାସନ ଏହି ବିଦ୍ୟାଳୟ ଶୀଘ୍ର ପୁନରୁଦ୍ଧାର ପାଇଁ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଲାଞ୍ଜିଗଡ଼ ବିଇଓ ଋଷିଆ ମେହେରଙ୍କୁ ପଚାରିବାରୁ ସ୍କୁଲର ଉନ୍ନତୀକରଣ ପାଇଁ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି। ଅନୁଦାନ ଆସିଲେ ଏହି କାର୍ଯ୍ୟ କରାଯିବ ବୋଲି ସେ କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?