Posted inଜାତୀୟ

ଉପର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୫୯୦ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଦେଶରେ ଦୈନିକ ପଜିଟିଭ ହାର ୧.୦୯ ପ୍ରତିଶତରେ ରେକର୍ଡ ହୋଇଥିବାବେଳେ ସାପ୍ତାହିକ ପଜିଟିଭ ହାର ୦.୯୮ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ଉପର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଏହା ୧,୫୯୦ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୮ ହଜାର ଉପରେ ରହିଛି। ଏହା ୮ ହଜାର ୬୦୧ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୯୧୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୧୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୨ ହଜାର ୨୫୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୨ ହଜାର ୮୩୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri