ବେଆଇନ ବାଲି ଉତ୍ତୋଳନକୁ ନେଇ ଉତ୍ତେଜନା: ମେଶିନ ଛାଡ଼ି ପଳାଇଲେ ମାଫିଆ

ପାଟଣା,୭।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ତହସିଲ ଖଡ଼ିକାପଦା ପଞ୍ଚାୟତର ଗୟଳକୁଣ୍ଡ ଗାଁ ବିରଳ ନଦୀରୁ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ବାଲିମାଫିଆ ମାନେ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଥିବା ବେଳେ ଲୋକଙ୍କ ଘୋର ବିରୋଧର ସମ୍ମୁଖୀନ ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଚୋରା ବାଲି ଚାଲାଣ ବେଳେ ବ୍ୟବହୃତ ପ୍ରକ୍ଲେନ ମେସିନ ସହ ଏକ ବାଇକକୁ ଗ୍ରାମବାସୀ ଅଟକ ରଖିଛନ୍ତି। ବାଲି ମାଫିଆମାନେ ଉତ୍ୟକ୍ତ ଲୋକଙ୍କୁ ଦେଖି ଛତ୍ର ଭଙ୍ଗ ଦେଇ ଫେରାର ହୋଇଯାଇଛନ୍ତି। ମାଫିଆ ମାନେ ବାଲି ଚାଲାଣ ସମୟରେ ମାରଣାସ୍ତ୍ର ବ୍ୟବହାର କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ଘଟଣାସ୍ଥଳରେ ଏହାକୁ ନେଇ ଉତ୍ତେଜନା ଲାଗିରହିଥିବା ବେଳେ ପୋଲିସ କିମ୍ବା ଖଣି ବିଭାଗ ପହଞ୍ଚି ନାହିଁ।
ସୂଚନା ଯେ, ବିରଳ ନଦୀ ସହ ପାଟଣା ତହସିଲ ଅନ୍ତର୍ଗତ ପାଟଣା ବୈତରଣୀ ନଦୀ ରାଜନଗର, କଇଣ୍ଡା, ଅଙ୍କୁରା, ନୂଆପଡ଼ା, ଦୁର୍ଗା ଦେଇପୂର, ଏରେଣ୍ଡଇ, ଡୁମୁରିଆ ଆଦି ଉତ୍ସରୁ ରାତି ଅଧରେ ବାଲି ମାଫିଆମାନେ ବାଲି ଚୋରାଚାଲାଣ କରୁଥିବାରୁ କେତେବେଳେ ବି ଏସବୁ ବାଲି ଘାଟରେ ଅପ୍ରୀତିକର ପରିସ୍ଥିତି ଘଟିପାରେ। ତହସିଲ ହାତରୁ ଲଘୁ ଖଣିଜ ସମ୍ପଦ ଖଣି ବିଭାଗ ହାତକୁ ଯିବା ପରେ ବେଆଇନ ଲଘୁ ଖଣିଜ ସଂପଦ ଚୋରି ଚାଲାଣ ବୃଦ୍ଧି ପାଇଥିବା ଆଲୋଚନା ହେଉଛି। ସୀମିତ ସଂଖ୍ୟକ କର୍ମଚାରୀଙ୍କୁ ନେଇ ଖଣି ବିଭାଗ ଚୋରିରେ ଅଙ୍କୁଶ ଲଗାଇ ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri