ବ୍ଲକ କଲୋନୀରୁ ୫ ଶିଶୁଗଛ କଟାକୁ ନେଇ ଉତ୍ତେଜନା

ପଟ୍ଟାମୁଣ୍ଡାଇ, ୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନୀ ମଧ୍ୟରେ ମୂଲ୍ୟବାନ ଶିଶୁଗଛ କଟା ଯାଇଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହାର ବିହିତ କାର୍ଯ୍ୟନୁଷ୍ଠାନ ନେବାକୁ ନଗର କଂଗ୍ରେସ ପକ୍ଷରୁ ଦାବି ହୋଇଛି। ପ୍ରାୟ ୫ଟି ମୂଲ୍ୟବାନ ଶିଶୁଗଛ କାଠ ଗଣ୍ଡି କଲୋନୀ ପରିସରରେ ମହଜୁଦ ରହିଛି। ନଗର କଂଗ୍ରେସ ସଭାପତି ଅମୂଲ୍ୟ ପ୍ରଧାନ କହିଛନ୍ତି, ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବ୍ଲକ କଲୋନୀ ପରିସରରେ ପ୍ରାୟ ୧୫ରୁ ଉଦ୍ଧର୍‌ବ ବିରାଟକାୟ ଶିଶୁବୃକ୍ଷ ବହୁ ବର୍ଷ ଧରି ରହିଛି। ସେଥିମଧ୍ୟରୁ ଗୋଟିଏ ଗଛ ମୂଳ ଶୁଖି ଯାଇଥିବା ବେଳେ ଶନିବାର କେହି ଦୁର୍ବୃତ୍ତ ୫ଟି ଗଛ କାଟି ଦେଇଥିବା ଜଣାପଡିଛି। ଦୀପତଳ ଅନ୍ଧାର ପରି ତହସିଲ କ୍ୱାର୍ଟର୍ସ ରହିଥିଲେ ମଧ୍ୟ କିଭଳି ଏପରି ଗଛ ସବୁ କାଟି ଦିଆଗଲା ତାହା ସମସ୍ତଙ୍କୁ ଚକିତ କରିଛି। ସରକାର କୋଭିଡ-୧୯ ସମ୍ବେଦନଶୀଳ ସମୟରେ ବୃକ୍ଷ ରୋପଣ ହିଁ ଏକାନ୍ତ ବୋଲି ସାର୍ବଜନୀନ ସଚେତନତା କରାଉଛି। ଏଠି କାହା ସ୍ବାର୍ଥରେ ଏତେ ପରିମାଣର ଗଛ କାଟି ଦିଆଗଲା ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ଏ ନେଇ ପୌରାଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି। ଗଛ କିଏ କାଟିଲା ଓ କାହା ପରାମର୍ଶରେ ଗଛ କଟା ହେଲା, ତା’ର ଖବର କାହା ପାଖରେ ନାହିଁ। ଏ ବାବଦରେ ବନ ବିଭାଗ କିଛି ଜାଣିନି କି ରାଜସ୍ବ ବିଭାଗ ପାଖରେ କଟା ଗଛ ସବୁର ହିସାବ ନାହିଁ। ଦିନ ଦି’ପହରେ ଏତେ ଗଛ କାଟି କିଏ କୁଆଡ଼େ ନେଲା, ତାହା ବଡ଼ ପ୍ରଶ୍ନବାଚୀ ହୋଇ ଛିଡ଼ା ହୋଇଛି। ଯଦି ଗଛକଟାକୁ ନେଇ ଠିକ୍‌ କାର୍ଯ୍ୟନୁଷ୍ଠାନ ନ ନିଆଯାଏ ତାହା ହେଲେ ପଟ୍ଟାମୁଣ୍ଡାଇ ନଗର କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସେ ଚେତାଇ ଦେଇଛନ୍ତି। ଏ ସମ୍ପର୍କରେ ରେଞ୍ଜର ଚିତ୍ତରଞ୍ଜନ ବେଉରାଙ୍କୁ ପଚାରିବାରେ ଗଛକଟା ଅଭିଯୋଗ ପାଇବା ପରେ ସ୍ଥାନୀୟ ଫରେଷ୍ଟରଙ୍କୁ ପଠାଇଥିଲୁ। ସେଠାରେ ଗଛ କଟା ଯାଇଥିବା ଦେଖିବାକୁ ମିଳିଥିଲା। ଛୁଟି ଥିବାରୁ କାହାକୁ ଗଛ କାଟିବାକୁ ପରମିଶନ ଦିଆଯାଇ ନ ଥିଲା। ଯିଏ ବି ଗଛ କାଟିଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri