କପଡ଼ା ବଜାର ଉଚ୍ଛେଦକୁ ନେଇ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୦।୫: ବରଗଡ଼ ବ୍ଲକ ଅଧୀନ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ ସମ୍ବଲପୁରୀ କପଡ଼ା ବଜାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ ବଜାର ଉପରେ ନିର୍ଭରଶୀଳ ବୁଣାକାରଙ୍କୁ ନୋଟିସ୍‌ କରିଥିବା ସୂଚନା ମିଳିଛି । ଅନ୍ୟପକ୍ଷେ ସମ୍ପୃକ୍ତ ବଜାରର କିଛି ଦୂରରେ ନୂତନ ଭାବେ ନିର୍ମିତ ବୁଣାକାର ବଜାରକୁ ସ୍ଥାନାନ୍ତରିତ ହେବା ପାଇଁ ବୁଣାକାରଙ୍କୁ ପରାମର୍ଶ ଦିଆଯାଇଛି। ହେଲେ ମା’ ସମଲେଶ୍ୱରୀ ସମ୍ବଲପୁରୀ କପଡ଼ା ବଜାର ବୁଣାକାର ସଂଘ ପ୍ରଶାସନର ସେହି ନିଷ୍ପତ୍ତିକୁ ବିରୋଧ କରିଛି।

ବୁଧବାର ମା’ ସମଲେଶ୍ୱରୀ ସମ୍ବଲପୁରୀ କପଡ଼ା ବଜାର ବୁଣାକାର ସଂଘ ନେତୃତ୍ୱରେ ଶତାଧିକ ବୁଣାକାର ବେହେରା ବଜାର ପ୍ରାଙ୍ଗଣ ସମ୍ମୁଖରେ ସମବେତ ହେବା ସହିତ ବରଗଡ଼-ବଲାଙ୍ଗୀର ୨୦୧ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁସଂଖ୍ୟକ ଯାନବାହନ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀମାନେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ପରେ ବୁଣାକାରମାନେ ରାଜପଥ ଉପରୁ ଉଠିଥିଲେ । ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ତେବେ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ କପଡ଼ା ବଜାରକୁ ଉଚ୍ଛେଦ କରାଗଲେ ଆଗକୁ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ବୁଣାକାରମାନେ ଅଧିକାରୀଙ୍କୁ ରୋକଠୋକ୍‌ ଶୁଣାଇ ଦେଇଥିଲେ । ଏହା ସହିତ ବରଗଡ଼ ତହସିଲଦାରଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଉପସ୍ଥିତ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ମା’ ସମଲେଶ୍ୱରୀ ସମ୍ବଲପୁରୀ କପଡ଼ା ବଜାର ବୁଣାକାର ସଂଘର ସଭାପତି ଅଯୋଧ୍ୟା ମେହେର, ସମ୍ପାଦକ ଶିବ ମେହେର ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri