କପଡ଼ା ବଜାର ଉଚ୍ଛେଦକୁ ନେଇ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୦।୫: ବରଗଡ଼ ବ୍ଲକ ଅଧୀନ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ ସମ୍ବଲପୁରୀ କପଡ଼ା ବଜାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ ବଜାର ଉପରେ ନିର୍ଭରଶୀଳ ବୁଣାକାରଙ୍କୁ ନୋଟିସ୍‌ କରିଥିବା ସୂଚନା ମିଳିଛି । ଅନ୍ୟପକ୍ଷେ ସମ୍ପୃକ୍ତ ବଜାରର କିଛି ଦୂରରେ ନୂତନ ଭାବେ ନିର୍ମିତ ବୁଣାକାର ବଜାରକୁ ସ୍ଥାନାନ୍ତରିତ ହେବା ପାଇଁ ବୁଣାକାରଙ୍କୁ ପରାମର୍ଶ ଦିଆଯାଇଛି। ହେଲେ ମା’ ସମଲେଶ୍ୱରୀ ସମ୍ବଲପୁରୀ କପଡ଼ା ବଜାର ବୁଣାକାର ସଂଘ ପ୍ରଶାସନର ସେହି ନିଷ୍ପତ୍ତିକୁ ବିରୋଧ କରିଛି।

ବୁଧବାର ମା’ ସମଲେଶ୍ୱରୀ ସମ୍ବଲପୁରୀ କପଡ଼ା ବଜାର ବୁଣାକାର ସଂଘ ନେତୃତ୍ୱରେ ଶତାଧିକ ବୁଣାକାର ବେହେରା ବଜାର ପ୍ରାଙ୍ଗଣ ସମ୍ମୁଖରେ ସମବେତ ହେବା ସହିତ ବରଗଡ଼-ବଲାଙ୍ଗୀର ୨୦୧ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁସଂଖ୍ୟକ ଯାନବାହନ ଦୀର୍ଘ ସମୟ ଧରି ଅଟକି ରହିଥିଲା। ବିଭାଗୀୟ ଅଧିକାରୀମାନେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ପରେ ବୁଣାକାରମାନେ ରାଜପଥ ଉପରୁ ଉଠିଥିଲେ । ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ତେବେ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ କପଡ଼ା ବଜାରକୁ ଉଚ୍ଛେଦ କରାଗଲେ ଆଗକୁ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ବୁଣାକାରମାନେ ଅଧିକାରୀଙ୍କୁ ରୋକଠୋକ୍‌ ଶୁଣାଇ ଦେଇଥିଲେ । ଏହା ସହିତ ବରଗଡ଼ ତହସିଲଦାରଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଉପସ୍ଥିତ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ମା’ ସମଲେଶ୍ୱରୀ ସମ୍ବଲପୁରୀ କପଡ଼ା ବଜାର ବୁଣାକାର ସଂଘର ସଭାପତି ଅଯୋଧ୍ୟା ମେହେର, ସମ୍ପାଦକ ଶିବ ମେହେର ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri