ଉପୁଡ଼ିଲା ଗଛ, ଉଡ଼ିଲା ଛପର

ଢେଙ୍କାନାଳ ଅଫିସ/ କାମାକ୍ଷାନଗର (ଡି.ଏନ୍‌.ଏ.), ୨୦ା୫: ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିବାବେଳେ ଛପର ଉଡ଼ିଯାଇଛି।
ଦିନତମାମ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଥିଲା। ଅପରାହ୍ନରେ ହଠାତ୍‌ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ ପ୍ରବଳ ବେଗରେ ପବନ ବୋହିବା ଆରମ୍ଭ କରିଥିଲା। ଏଥିସହ କୁଆପଥର ସହ ମୂଷଳ ଧାରାରେ ବର୍ଷା ମଧ୍ୟ ହୋଇଥିଲା। ଝଡ଼ତୋଫାନରେ ରଥଗଡ଼ା-ଜେଲ୍‌ ରାସ୍ତାରେ ଗଛ ଡାଳ ଭାଙ୍ଗି ପଡ଼ିଛି। ଖମାର ସାହିରେ ଥିବା ଜଗନ୍ନାଥ ମାର୍ବଲ ଶୋ’ ରୁମ୍‌ର ଟିଣ ଛପର ଉଡ଼ିଯାଇଛି। ଏଥିରେ ମାର୍ବଲ ନଷ୍ଟ ହୋଇଥିବା ଶୋ’ରୁମ୍‌ ମାଲିକ ସୁକାନ୍ତ ମିଶ୍ର କହିଛନ୍ତି। ଅନ୍ୟପଟେ ଝଡ଼ବର୍ଷା କାରଣରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଆବଶ୍ୟକ ମରାମତି ପରେ ରାତି ୮ଟାରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଛି।
ସେହିପରି କାମାକ୍ଷାନଗରରେ ଅପରାହ୍ନ ସାଢ଼େ ୩ଟାରେ କାଳବୈଶାଖୀ ତାଣ୍ଡବ ସୃଷ୍ଟି କରିଥିଲା। ଏଥିରେ ସ୍ଥାନୀୟ ଶିଶୁ ମନ୍ଦିରର ଟିଣ ଛପର ଉଡ଼ିଯାଇଛି। ମୁଖ୍ୟ ବଜାର, ଗୁପ୍‌ଚୁପ୍‌ ମାର୍କେଟ୍‌, କଲେଜ ଛକ ରାସ୍ତାରେ ଗଛ ଉପୁଡ଼ି ବିଦ୍ୟୁତ୍‌ ତାର ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଥିଲା। ବିଭାଗୀୟ କର୍ମଚାରୀ ଗଛ କାଟି ଗମନାଗମନ ଚଳାଚଳ ସ୍ବାଭାବିକ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପଟେ କାଳବୈଶାଖୀ ବର୍ଷା ଫଳରେ ତାତିରୁ ସାମାନ୍ୟ ତ୍ରାହି ମିଳିଛି। ପ୍ରାୟ ସପ୍ତାହେ ହେଲା ଅସହ୍ୟ ଗ୍ରୀଷ୍ମପ୍ରବାହରେ ଜିଲାବାସୀ ସନ୍ତୁଳି ହେଉଥିବାବେଳେ ପାରଦ ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri