ଉପୁଡ଼ିଲା ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଗୁଣପୁର,୨୩।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବଲୀଳା ରଚିଛି। ଅନେକ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ସେହିପରି ଏକାଧିକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡ଼ିଯିବାରୁ ଅପରାହ୍ନ ୩ ଟାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଖବର ଲେଖାଯିବା ସୁଦ୍ଧା ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରିନାହିଁ। ଅନେକ ଘରର ଚାଳ, ଟିଣ ଛପର ଉଡ଼ି ନଷ୍ଟ ହୋଇଛି। ଗୁଗୁରୁପାଙ୍ଗ ଠାରୁ ଗୁଣପୁର ଯାଏ ସବୁଠି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ସ୍ଥାନୀୟ ବାଇପାସ୍‌ ଛକ, ପୁରୁଣା ବସଷ୍ଟାଣ୍ଡ ଅଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ବେଗରେ ଝଡ଼ ତୋଫାନ ଯୋଗୁ ବଡ଼ ବଡ଼ ଗଛ ଉପୁଡ଼ି ରାସ୍ତାରେ ପଡ଼ିଥିଲା। ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ରାସ୍ତା ଉପରୁ ଗଛ କାଟି ସଫା କରିଥିଲେ। ଏହାପରେ ଯାତାୟାତ ସ୍ବାଭାବିକ ହୋଇଛି। ଗୁଣପୁର ୭ ନଂ ଓ୍ବାର୍ଡ ଗାନ୍ଧୀନଗର, ଆମ୍ବେଦକର ନଗରରେ ୨୦ଟି, ଗୁଲା ସାହିରେ ଗୋଟିଏ, କୁମ୍ଭାର ସାହିରେ ୨, ମୋତିଲାଲ ନଗରରେ ଗୋଟିଏ, ୯ ନଂ ଓ୍ବାର୍ଡରେ ୧୫ଟି ଘର ଭାଙ୍ଗିବା ସହ ଟିଣ ଛପର ଉଡ଼ିଯାଇଥିବା ପୌର ପରିଷଦର ଉପାଧ୍ୟକ୍ଷ ଶିବ ପ୍ରସାଦ ଗୌଡ଼ ସୂଚନା ଦେଇଛନ୍ତି। ସଫେଇ କାମରେ ନିୟୋଜିତ ଥିବା ୩ କର୍ମଚାରୀ ମଧ୍ୟ ଏଥିରେ ଆହତ ହୋଇଛନ୍ତି। ଗୁଣପୁର ସହର ସମେତ ଆଖପାଖ ଅଞ୍ଚଳରେ ମଧ୍ୟ ବିଦ୍ୟୁତ ଖୁଣ୍ଟ ଭାଙ୍ଗିବା ସହ ତାର ଛିଣ୍ଡିଯିବାରୁ ବିଦ୍ୟୁତ୍‌ ସେବାରେ ବ୍ୟାଘାତ ଘଟିଛି। ମରାମତି ଓ ସଫେଇ କାମ ଜାରି ରହିଛି। ଅନ୍ୟପକ୍ଷରେ କିଛି ଦିନ ଧରି ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ରବିବାର ହୋଇଥିବା ବର୍ଷା ଫଳରେ ସାମାନ୍ୟ ଆସ୍ବସ୍ତ ହୋଇଛନ୍ତି। ରାମନାଗଡ଼ା ବ୍ଲକର ଗୁଗୁରୁପାଙ୍ଗ ଗ୍ରାମରେ ମଧ୍ୟ ପବନ ବର୍ଷା ଯୋଗୁ ଅନେକ ଘର ଭାଙ୍ଗିଯିବା ସହ ଚାଳ ଛପର ଉଡ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri