ଉପୁଡ଼ିଲା ଗଛ, ଭାଙ୍ଗିଲା ସ୍କୁଲ ଆଜ୍‌ବେଷ୍ଟସ

ଖୋର୍ଦ୍ଧା ଅଫିସ/ବାଣପୁର,୨୬ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍‌ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଅନେକ ସ୍ଥାନରେ ଗଛ ଉପୁଡ଼ିବା ସହ ଡାଳ ଭାଙ୍ଗି ପଡ଼ିବାରୁ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଥିଲା।
ଗୁରୁବାର ପୂର୍ବାହ୍ନରେ ଅସହ୍ୟ ଗରମ ଓ ଗୁଳୁଗୁଳି ହୋଇଥିଲା। ହେଲେ ଅପରାହ୍ନ ୪ଟାରେ ହଠାତ୍‌ ପବନ ବହିବା ସାଙ୍ଗକୁ ବର୍ଷା ହୋଇଥିଲା। ଲୋକମାନେ ତାତିରୁ ସାମାନ୍ୟ ଆଶ୍ୱସ୍ତି ପାଇଥିଲେ। ହେଲେ ଝଡ଼ତୋଫାନରେ ଖୋର୍ଦ୍ଧା ବ୍ଲକ କାଇପଦର ସରକାରୀ ଉଚ୍ଚ ବିଦ୍ୟାଳୟର ଦୁଇଟି ସାଇକଲ ଷ୍ଟାଣ୍ଡ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ପୁରାତନ ଗୃହର ଆଜବେଷ୍ଟସଗୁଡିକ ଭାଙ୍ଗି ଯାଇଛି। ବିଦ୍ୟାଳୟ ପରିସରରେ ରହିଥିବା ଗଛଗୁଡିକ ଭାଙ୍ଗି ପାଚେରି ଉପରେ ପଡିଛି। ବିଦ୍ୟାଳୟର ପ୍ରାୟ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି। ସେହିପରି ବାଣପୁର ନୀଳାଦ୍ରି ପଞ୍ଚାୟତର ନୀଳାଦ୍ରି ଗ୍ରାମରେ ଥିବା ଏକ ତେନ୍ତୁଳି ଗଛ ଉପୁଡି ଅଶୋକ ପ୍ରଧାନଙ୍କ ଘର ଉପରେ ପଡିଯାଇଥିଲା। ଫଳରେ ଅଶୋକଙ୍କ ଦୁଇ ବଖରା ଘର ସମ୍ପୂର୍ଣ୍ଣ ଭାଙ୍ଗିଯିବା ସହ ଘର ବାରଣ୍ଡାରେ ବସିଥିବା ଅଶୋକଙ୍କ ଭାଇ ସୁର ପ୍ରଧାନ ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ଗ୍ରାମର ବିଦୁତ୍‌ ଖୁଣ୍ଟ ଭାଙ୍ଗିଯିବାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଖବରପାଇ ସ୍ଥାନୀୟ ସରପଞ୍ଚ ଉମାକାନ୍ତ ସାହୁ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେବା ସହ ଆହତ ସୁରଙ୍କୁ ଗ୍ରାମବାସୀଙ୍କ ସହାୟତାରେ ଡାକ୍ତରଖାନାକୁ ପଠାଇଥିଲେ। ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ ଓ ତାଙ୍କ ଟିମ ପହଞ୍ଚିି ଘର ଉପରେ ପଡ଼ିଥିବା ଗଛକୁ ହଟାଇଥିଲେ। ତୁରନ୍ତ ଘର ମରାମତି ପାଇଁ ସରକାରୀ ସହାୟତା ଯୋଗାଇଦେବା ପାଇଁ ସରପଞ୍ଚଙ୍କୁ ଗ୍ରାମବାସୀ ଅନୁରୋଧ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri