ସିଭିଲ ସର୍ଭିସ ପରୀକ୍ଷା ୨୦୨୪ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୪।୨: ସିଭିଲ ସର୍ଭିସ ପରୀକ୍ଷା ୨୦୨୪ ପାଇଁ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ମଙ୍ଗଳବାର ବିଜ୍ଞପ୍ତି ଜାରି କରି ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଯୋଗ୍ୟ ଆଶାୟୀମାନେ ୟୁପିଏସସି ଅଫିସିଆଲ୍ ୱେବସାଇଟ୍ https://upsc.gov.in/ ମାଧ୍ୟମରେ ଅନଲାଇନରେ ଆବେଦନ କରିପାରିବେ। ଆବେଦନପତ୍ର ଦାଖଲ କରିବାର ଶେଷ ତାରିଖ ମାର୍ଚ୍ଚ ୫ ରହିଛି। ଏହି ପରୀକ୍ଷା ମାଧ୍ୟମରେ ପ୍ରାୟ ୧,୦୫୬ ଖାଲି ପଦବୀ ପୂରଣ ହେବ। ଏଥିପାଇଁ ମେ ୨୬ ରେ ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହେବ।

ବୟସସୀମା: ଆଶାୟୀ ପ୍ରାଥୀଙ୍କ ବୟସ ୨୧ରୁ ୩୨ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ।

ଶିକ୍ଷାଗତ ଯୋଗ୍ୟତା: ଆଶାୟୀ ପ୍ରାର୍ଥୀ ଅତିକମରେ ସ୍ନାତକ ଡିଗ୍ରୀ ହାସଲ କରିବା ଆବଶ୍ୟକ।

କେତେଥର ପରୀକ୍ଷା ଦେଇପାରିବେ: ଲୋକସେବା ପରୀକ୍ଷା (CSE) ପାଇଁ ପ୍ରାର୍ଥୀଙ୍କୁ ସର୍ବାଧିକ ୬ ଥର ପରୀକ୍ଷା ଦେବାକୁ ଅନୁମତି ଦିଆଯାଇଛି। ତେବେ ଏସସି, ଏସଟି, ଓବିସି ଏବଂ ଦିବ୍ୟାଙ୍ଗ ବର୍ଗର ପ୍ରାର୍ଥୀମାନଙ୍କୁ ଅଧିକ ସୁଯୋଗ ମିଳିପାରେ।

ସିଭିଲ ସର୍ଭିସ ପରୀକ୍ଷା ୨୦୨୪ ପାଇଁ ତିନୋଟି ପର୍ଯ୍ୟାୟରେ(ପ୍ରିଲିମ୍, ମେନ୍, ଏବଂ ସାକ୍ଷାତକାର) ପରୀକ୍ଷା ପରେ ଯୋଗ୍ୟପ୍ରାଥୀ ଚୟନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri