Posted inଜାତୀୟ

ଉପରମୁହାଁ ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୩ ଶହ ଉପରେ ରହିଛି। ଏହା ୩୭୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୩୨୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ଉପରେ ରହିଛି। ଏହା ୩ ହଜାର ୧୭୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୭୬ ଥିଲା। ସେହିପରି ୨୪ ଘଣ୍ଟାରେ ୨୭୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୨୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୯ ହଜାର ୭୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୫ ହଜାର ୧୧୯ଜଣ ସୁସ୍ଥ ହୋଇ ସାରିଛନ୍ତି।

କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri