ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର,୨୭ା୬: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ସତର୍କ କରିଛି। ଏଥିଜନିତ ସ୍ଥିତିର ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛି।

ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ୟୁଏଲ୍‌ବିଗୁଡ଼ିକୁ ସମ୍ଭାବ୍ୟ ଜଳାବଦ୍ଧ ଅଞ୍ଚଳରେ ଜଳ ନିଷ୍କାସନ ନିମନ୍ତେ ପାଣି ପମ୍ପକୁ ଆଗୁଆ ରଖିବା ସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଅତ୍ୟଧିକ ବର୍ଷା ଯୋଗୁ ସୃଷ୍ଟି ହେଉଥିବା ଯେକୌଣସି ଜରୁରିକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଦ୍ରୁତ ପ୍ରତିକ୍ରିୟା ଦଳ ଗଠନ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ପ୍ରତିକୂଳ ପରିସ୍ଥିତି ସମୟରେ ସହରାଞ୍ଚଳର ପ୍ରଭାବଶାଳୀ ପରିଚାଳନା ସୁନିଶ୍ଚିତ କରିବା ପାଇଁ ୟୁଏଲ୍‌ବି ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ବିଭାଗ ଏହାର ପ୍ରତିବଦ୍ଧତାକୁ ଦୋହରାଇଛି।

ଲାଇନ ବିଭାଗ ସହ ସମନ୍ବୟ, ଜରୁରିକାଳୀନ ମାନବ ସମ୍ବଳର ଉପଲବ୍ଧତା ଏବଂ ଅତ୍ୟାବଶ୍ୟକ ଉପକରଣର ପ୍ରସ୍ତୁତି କାର୍ଯ୍ୟ ଉପରେ ବିଭାଗ ପରିସ୍ଥିତି ଉପରେ ନିରନ୍ତର ନଜର ରଖିଛି ଏବଂ ନାଗରିକମାନଙ୍କୁ ସତର୍କ ରହିବାକୁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି କରାଯାଇଥିବା ପରାମର୍ଶ ଅନୁସରଣ କରିବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri