ମୌଳିକ ସମସ୍ୟାରୁ ବଞ୍ଚିତ ପୌରାଞ୍ଚଳବାସୀ

  • ପଟ୍ଟାମୁଣ୍ଡାଇ,୩୧ା୮ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ଗୁରୁବାର ୩୫ ତମ ସ୍ବାୟତ ଶାସନ ଦିବସ ପାଳନ କରିବ ା ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇ ଗତ ୩ ଦିନ ପୂର୍ବରୁ ବିଧାୟକ, ପୌର ଅଧ୍ୟକ୍ଷ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ମାତ୍ର ଦୀର୍ଘ ବର୍ଷ ଧରି ବସ୍‌ଷ୍ଟାଣ୍ଡର ଆବଶ୍ୟକତା ନେଇ ଅଞ୍ଚଳବାସୀ ଦାବି କରି ଆସୁଥିଲେ ମଧ୍ୟ ତାହା ଫଳକରେ ସୀମିତ ରହିଥିବା ବେଳ ଏବେ ପୌରପରିଷଦ ଗୋଷ୍ଠୀଶୌଚାଳୟ ଲୋକାର୍ପଣ କରୁଛି ବୋଲି ବୁଦ୍ଧିଜୀବୀମାନେ ନାପସନ୍ଦ କରିଛନ୍ତି ା ଗତ ୪ ବର୍ଷ ତଳ ସ୍ବାୟତ ଶାସନ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲେ ମଧ୍ୟ ଅଧିକାଂଶ କାର୍ଯ୍ୟ ହୋଇନାହଁି ା ଶିକ୍ଷା, ସ୍ବାସ୍ଥ୍ୟ ଓ ପରିମଳ କ୍ଷେତ୍ରର ବିକାଶ ସହିତ ୩୫ ବର୍ଷର ଏହି ପୌରାଞ୍ଚଳ ସବୁବେଳେ ଅବହେଳାର ଶିକାର ହୋଇଥିବା ଅଭିଯୋଗ ହେଉଛି।

ବୁଦ୍ଧିଜୀବୀ ଅନନ୍ତ ଦାଶ କୁହନ୍ତି, କେନ୍ଦ୍ର ଓ ରାଜ୍ୟ ସରକାର ସହରାଞ୍ଚଳ ସବୁଠି ବିକାଶ ଲାଗି ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରି ଚାଲିଛନ୍ତି ା ହେଲେ ସହରରେ ଦୀର୍ଘବର୍ଷ ହେଲା ବସ୍‌ଷ୍ଟାଣ୍ଡର ଆବଶ୍ୟକତା ନେଇ ଅଞ୍ଚଳବାସୀ ଦାବି କରି ଆସୁଛନ୍ତି। ଏଥିପାଇଁ ରାଜନେତାମାନେ ବାରମ୍ବାର ଭିତ୍ତିପ୍ରସ୍ତର ସ୍ଥାପନ କରି ଜନସାଧାରଣଙ୍କୁ ଭୂଅଁା ବୁଲାଇ ଚାଲିଛନ୍ତି ା କେବଳ ବସ୍‌ଷ୍ଟାଣ୍ଡ ପାଇଁ ଫଳକ ଲଗା ଚାଲିଛି। ମାତ୍ର ବାଇପାସ୍‌ ବସ୍‌ଷ୍ଟାଣ୍ଡ ପାଲଟିଛି। ବସ୍‌ଷ୍ଟାଣ୍ଡ ନ ଥିବାରୁ ଲୋକମାନେ ଖରା, ବର୍ଷାରେ ରାସ୍ତା କଡରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଠିଆ ହୋଇ ବସ୍‌କୁ ଅପେକ୍ଷା କରୁଛନ୍ତି ା ପଟ୍ଟାମୁଣ୍ଡାଇ ଦେଇ ଭଦ୍ରକ, ରାଜକନିକା,ରାଜନଗର, ଆଳି, ତାଳଚୁଆ, ବାବରରୁ ପ୍ରାୟ ୬୦ ଟି ବସ୍‌ କଟକ ଓ ଭୁବନେଶ୍ୱର ଚଳାଚଳ କରୁଛି। ହେଲେ ସକାଳ ପ୍ରାୟ ୧୦ଟା ମଧ୍ୟରେ ପଟ୍ଟାମୁଣ୍ଡାଇରୁ ସିଧାସଳଖ କଟକ ଓ ଭୁବନେଶ୍ୱର ଯିବା ପାଇଁ ବସ୍‌ ମିଳୁନାହିଁ। ୨୦୧୯ ସେପ୍ଟେମ୍ବର ୨୯ରେ ତତ୍କାଳନୀ ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ବସ୍‌ଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଇତିମଧ୍ୟରେ ପ୍ରାୟ ୪ ବର୍ଷ ବିତି ଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟ ହୋଇ ନ ଥିବା ବେଳେ ଗତ ୨୩ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛ‘ି କରିଛନ୍ତି ା

ସାମାଜିକ କର୍ମୀ ସତ୍ୟପ୍ରିୟ ସାମଲ କୁହନ୍ତି, ସହରର ଶିକ୍ଷାନୁଷ୍ଠାନରେ ଶିକ୍ଷକ ଓ କର୍ମଚାରୀ ପଦବୀ ପୂରଣ ଅଭାବ ସହ ଭିତ୍ତିଭୂମିରେ ବହୁ ପଛୁଆ ଅଛି। ଚିକିତ୍ସାଳୟରେ ଡାକ୍ତର ସହ କର୍ମଚାରୀ ପଦବୀ ପୂରଣ ହେଉନାହଁି ା ୩୫ ବର୍ଷର ପରିଷଦ ଯୋଜନା ଦୃଷ୍ଟିରୁ ଏଠାରେ ନିର୍ମାଣ ହୋଇଥିବା ଇକୋ ଶୌଚାଳୟ, ଭେଣ୍ଡିଂ ଜୋନ ଆଦି ଅପ୍ରାସଙ୍ଗିକ ହୋଇପଡିଛି। ସେହିପରି ବାଇପାସ୍‌ ରୋଡ ନିର୍ମାଣ ବହୁ ବିଳମ୍ବରେ ଆରମ୍ଭ ହେଉଛି। ବିଭିନ୍ନ ପୋଖରୀ, ଗୋବରୀ ନଦୀ ଜବଦଖଲକାରୀଙ୍କ ଅଧୀନକୁ ଚାଲିଗଲାଣି ା ସହର ଆଲୋକୀକରଣ ସହର ପାଇଁ ଆବଶ୍ୟକ। ସହରରେ ଥିବା ପାର୍କକୁ ଉପଯୋଗୀ କରିବା ସହ ସହରର ସୌନ୍ଦର୍ଯ୍ୟକରଣରେ ଅଣଓସାରିଆ ରାସ୍ତା, ବିଦ୍ୟୁତ୍‌ ଖୁଣ୍ଟ ଆଦି ବାଧା ସୃଷ୍ଟି କରୁଛି। ପୌରାଞ୍ଚଳରେ ବୁଲା ଗାଈଗୋରୁ ବୁଲୁଛନ୍ତି ା ଆଇନଜିବୀ ଭବାନୀ ପଣ୍ଡା କୁହନ୍ତି, କେନ୍ଦ୍ରାପଡ଼ା ଜିଲା ପାନୀୟ ଜଳ ସଙ୍କଟ ଓ ଜଳ ସଂରକ୍ଷଣ ସମସ୍ୟା ମଧ୍ୟ ଦେଇ ଗତି କରୁଥିବା ବେଳେ ପଟ୍ଟାମୁଣ୍ଡାଇରେ ଏହା ଉକତ୍ଟ ହୋଇଛି।

ଏନେଇ ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ୨୦୨୦ ମାର୍ଚ୍ଚଠାରୁ ୨୦୨୨ ଅକ୍ଟୋବର ପର୍ଯ୍ୟନ୍ତ ମୁକ୍ତା ଯୋଜନା ମାଧ୍ୟମରେ ୨୦ଟି ୱାର୍ଡରେ ୨୮୫ ଟି ଜଳ ସଂରକ୍ଷଣ ପ୍ରକଳ୍ପ ବାବଦକୁ ମୋଟ ୧ କୋଟି ୧୩ ଲକ୍ଷ ୫୪ ହଜାର ୩ ଟଙ୍କା ଖର୍ଚ୍ଚ ହୋଇଛି। ତେବେ ସେହି ଜଳ ଅମଳ ପ୍ରକଳ୍ପଗୁଡ଼ିକର ଏବେ ଆଉ ଚିହ୍ନବର୍ଣ୍ଣ ନାହିଁ। କେବଳ ଫଳକ ଅଛି ା କେତେକ ଜଳ ଅମଳ ପ୍ରକଳ୍ପ ଉପରେ ରାସ୍ତା ତିଆରି ହୋଇଗଲାଣି। ୨୦୧୯ ସ୍ବାୟତ ଶାସନ ଦିବସରେ ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଚେରି ପୋଖରୀ ପୁନରୁଦ୍ଧାର କାର୍ଯ୍ୟର ଶୁଭ ଦିଆଯାଇଥିବାବେଳେ ତାହାର ଅଗ୍ରଗତି ହେଉନାହିଁ। ପଟ୍ଟାମୁଣ୍ଡାଇ ସହରର ଉଠାଦୋକାନୀମାନଙ୍କୁ ଉପଯୁକ୍ତ ଥଇଥାନ କରିବାକୁ ୧ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ମହାବୀର ବଜାରଠାରେ ଭେଣ୍ଡିଂ ଜୋନର ଶୁଭ ପଡିଥିଲା। ସେହିପରି ୧ କୋଟି ଟଙ୍କା ବ୍ୟୟରେ ବାଲିପଡାଠାରେ ସ୍ମାର୍ଟ ଶ୍ମଶାନ ଗୃହ, ୧ କୋଟି ଟଙ୍କା ବ୍ୟୟରେ ମଲ୍ଟି ଷ୍ଟୋରେଜ ମାର୍କେଟ କମ୍ପ୍ଲେକ୍ସ ଓ ଯଜ୍ଞ ପଡିଆର ଉନ୍ନତୀକରଣ କାର୍ଯ୍ୟର ଶୁଭ ଦିଆଯାଇଥିଲା। ଭିତ୍ତିପ୍ରସ୍ତର ଫଳକରେ ବିଧାୟକଙ୍କ ସମେତ ଅନ୍ୟ ବ୍ୟକ୍ତି ବିଶେଷଙ୍କ ନାମ ଥିଲା। କିନ୍ତୁ ୪ ବର୍ଷ ପରେ ଉକ୍ତ ଫଳକ ଭାଙ୍ଗିରୁଜି ଗଲାଣି ପଛେ ଇଟା ଖଣ୍ଡେ ପଡ଼ିପାରିଲା ନାହିଁ। ଯଜ୍ଞ ପଡିଆ ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପଡିରହିଛି। ପ୍ରତିବର୍ଷ ସ୍ବାୟତ ଶାସନ ଦିବସ ଆସୁଛି ଓ ବ୍ୟବସାୟୀମାନେ ଏହି ପ୍ରକଳ୍ପ କଥା ମନେ ପକାଉଛନ୍ତି ବୋଲି ସେ କହିଛନ୍ତି ା ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ପୌରନିର୍ବାହୀ ଅଧିକାରୀ ଅଜିତ ପ୍ରସାଦ ନାରାୟଣ ଗିରିଙ୍କୁ ପଚାରିବାରେ ଯେଉଁ ପ୍ରକଳ୍ପଗୁଡିକର ଶିଳାନ୍ୟାସ କରାଯାଇଥିଲା ସେଗୁଡିକ ଖୁବ୍‌ଶୀଘ୍ର କାମ ଶେଷ କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri