ମୌଳିକ ସମସ୍ୟାରୁ ବଞ୍ଚିତ ପୌରାଞ୍ଚଳବାସୀ

  • ପଟ୍ଟାମୁଣ୍ଡାଇ,୩୧ା୮ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ଗୁରୁବାର ୩୫ ତମ ସ୍ବାୟତ ଶାସନ ଦିବସ ପାଳନ କରିବ ା ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇ ଗତ ୩ ଦିନ ପୂର୍ବରୁ ବିଧାୟକ, ପୌର ଅଧ୍ୟକ୍ଷ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ମାତ୍ର ଦୀର୍ଘ ବର୍ଷ ଧରି ବସ୍‌ଷ୍ଟାଣ୍ଡର ଆବଶ୍ୟକତା ନେଇ ଅଞ୍ଚଳବାସୀ ଦାବି କରି ଆସୁଥିଲେ ମଧ୍ୟ ତାହା ଫଳକରେ ସୀମିତ ରହିଥିବା ବେଳ ଏବେ ପୌରପରିଷଦ ଗୋଷ୍ଠୀଶୌଚାଳୟ ଲୋକାର୍ପଣ କରୁଛି ବୋଲି ବୁଦ୍ଧିଜୀବୀମାନେ ନାପସନ୍ଦ କରିଛନ୍ତି ା ଗତ ୪ ବର୍ଷ ତଳ ସ୍ବାୟତ ଶାସନ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲେ ମଧ୍ୟ ଅଧିକାଂଶ କାର୍ଯ୍ୟ ହୋଇନାହଁି ା ଶିକ୍ଷା, ସ୍ବାସ୍ଥ୍ୟ ଓ ପରିମଳ କ୍ଷେତ୍ରର ବିକାଶ ସହିତ ୩୫ ବର୍ଷର ଏହି ପୌରାଞ୍ଚଳ ସବୁବେଳେ ଅବହେଳାର ଶିକାର ହୋଇଥିବା ଅଭିଯୋଗ ହେଉଛି।

ବୁଦ୍ଧିଜୀବୀ ଅନନ୍ତ ଦାଶ କୁହନ୍ତି, କେନ୍ଦ୍ର ଓ ରାଜ୍ୟ ସରକାର ସହରାଞ୍ଚଳ ସବୁଠି ବିକାଶ ଲାଗି ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରି ଚାଲିଛନ୍ତି ା ହେଲେ ସହରରେ ଦୀର୍ଘବର୍ଷ ହେଲା ବସ୍‌ଷ୍ଟାଣ୍ଡର ଆବଶ୍ୟକତା ନେଇ ଅଞ୍ଚଳବାସୀ ଦାବି କରି ଆସୁଛନ୍ତି। ଏଥିପାଇଁ ରାଜନେତାମାନେ ବାରମ୍ବାର ଭିତ୍ତିପ୍ରସ୍ତର ସ୍ଥାପନ କରି ଜନସାଧାରଣଙ୍କୁ ଭୂଅଁା ବୁଲାଇ ଚାଲିଛନ୍ତି ା କେବଳ ବସ୍‌ଷ୍ଟାଣ୍ଡ ପାଇଁ ଫଳକ ଲଗା ଚାଲିଛି। ମାତ୍ର ବାଇପାସ୍‌ ବସ୍‌ଷ୍ଟାଣ୍ଡ ପାଲଟିଛି। ବସ୍‌ଷ୍ଟାଣ୍ଡ ନ ଥିବାରୁ ଲୋକମାନେ ଖରା, ବର୍ଷାରେ ରାସ୍ତା କଡରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଠିଆ ହୋଇ ବସ୍‌କୁ ଅପେକ୍ଷା କରୁଛନ୍ତି ା ପଟ୍ଟାମୁଣ୍ଡାଇ ଦେଇ ଭଦ୍ରକ, ରାଜକନିକା,ରାଜନଗର, ଆଳି, ତାଳଚୁଆ, ବାବରରୁ ପ୍ରାୟ ୬୦ ଟି ବସ୍‌ କଟକ ଓ ଭୁବନେଶ୍ୱର ଚଳାଚଳ କରୁଛି। ହେଲେ ସକାଳ ପ୍ରାୟ ୧୦ଟା ମଧ୍ୟରେ ପଟ୍ଟାମୁଣ୍ଡାଇରୁ ସିଧାସଳଖ କଟକ ଓ ଭୁବନେଶ୍ୱର ଯିବା ପାଇଁ ବସ୍‌ ମିଳୁନାହିଁ। ୨୦୧୯ ସେପ୍ଟେମ୍ବର ୨୯ରେ ତତ୍କାଳନୀ ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ବସ୍‌ଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଇତିମଧ୍ୟରେ ପ୍ରାୟ ୪ ବର୍ଷ ବିତି ଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟ ହୋଇ ନ ଥିବା ବେଳେ ଗତ ୨୩ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛ‘ି କରିଛନ୍ତି ା

ସାମାଜିକ କର୍ମୀ ସତ୍ୟପ୍ରିୟ ସାମଲ କୁହନ୍ତି, ସହରର ଶିକ୍ଷାନୁଷ୍ଠାନରେ ଶିକ୍ଷକ ଓ କର୍ମଚାରୀ ପଦବୀ ପୂରଣ ଅଭାବ ସହ ଭିତ୍ତିଭୂମିରେ ବହୁ ପଛୁଆ ଅଛି। ଚିକିତ୍ସାଳୟରେ ଡାକ୍ତର ସହ କର୍ମଚାରୀ ପଦବୀ ପୂରଣ ହେଉନାହଁି ା ୩୫ ବର୍ଷର ପରିଷଦ ଯୋଜନା ଦୃଷ୍ଟିରୁ ଏଠାରେ ନିର୍ମାଣ ହୋଇଥିବା ଇକୋ ଶୌଚାଳୟ, ଭେଣ୍ଡିଂ ଜୋନ ଆଦି ଅପ୍ରାସଙ୍ଗିକ ହୋଇପଡିଛି। ସେହିପରି ବାଇପାସ୍‌ ରୋଡ ନିର୍ମାଣ ବହୁ ବିଳମ୍ବରେ ଆରମ୍ଭ ହେଉଛି। ବିଭିନ୍ନ ପୋଖରୀ, ଗୋବରୀ ନଦୀ ଜବଦଖଲକାରୀଙ୍କ ଅଧୀନକୁ ଚାଲିଗଲାଣି ା ସହର ଆଲୋକୀକରଣ ସହର ପାଇଁ ଆବଶ୍ୟକ। ସହରରେ ଥିବା ପାର୍କକୁ ଉପଯୋଗୀ କରିବା ସହ ସହରର ସୌନ୍ଦର୍ଯ୍ୟକରଣରେ ଅଣଓସାରିଆ ରାସ୍ତା, ବିଦ୍ୟୁତ୍‌ ଖୁଣ୍ଟ ଆଦି ବାଧା ସୃଷ୍ଟି କରୁଛି। ପୌରାଞ୍ଚଳରେ ବୁଲା ଗାଈଗୋରୁ ବୁଲୁଛନ୍ତି ା ଆଇନଜିବୀ ଭବାନୀ ପଣ୍ଡା କୁହନ୍ତି, କେନ୍ଦ୍ରାପଡ଼ା ଜିଲା ପାନୀୟ ଜଳ ସଙ୍କଟ ଓ ଜଳ ସଂରକ୍ଷଣ ସମସ୍ୟା ମଧ୍ୟ ଦେଇ ଗତି କରୁଥିବା ବେଳେ ପଟ୍ଟାମୁଣ୍ଡାଇରେ ଏହା ଉକତ୍ଟ ହୋଇଛି।

ଏନେଇ ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ୨୦୨୦ ମାର୍ଚ୍ଚଠାରୁ ୨୦୨୨ ଅକ୍ଟୋବର ପର୍ଯ୍ୟନ୍ତ ମୁକ୍ତା ଯୋଜନା ମାଧ୍ୟମରେ ୨୦ଟି ୱାର୍ଡରେ ୨୮୫ ଟି ଜଳ ସଂରକ୍ଷଣ ପ୍ରକଳ୍ପ ବାବଦକୁ ମୋଟ ୧ କୋଟି ୧୩ ଲକ୍ଷ ୫୪ ହଜାର ୩ ଟଙ୍କା ଖର୍ଚ୍ଚ ହୋଇଛି। ତେବେ ସେହି ଜଳ ଅମଳ ପ୍ରକଳ୍ପଗୁଡ଼ିକର ଏବେ ଆଉ ଚିହ୍ନବର୍ଣ୍ଣ ନାହିଁ। କେବଳ ଫଳକ ଅଛି ା କେତେକ ଜଳ ଅମଳ ପ୍ରକଳ୍ପ ଉପରେ ରାସ୍ତା ତିଆରି ହୋଇଗଲାଣି। ୨୦୧୯ ସ୍ବାୟତ ଶାସନ ଦିବସରେ ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଚେରି ପୋଖରୀ ପୁନରୁଦ୍ଧାର କାର୍ଯ୍ୟର ଶୁଭ ଦିଆଯାଇଥିବାବେଳେ ତାହାର ଅଗ୍ରଗତି ହେଉନାହିଁ। ପଟ୍ଟାମୁଣ୍ଡାଇ ସହରର ଉଠାଦୋକାନୀମାନଙ୍କୁ ଉପଯୁକ୍ତ ଥଇଥାନ କରିବାକୁ ୧ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ମହାବୀର ବଜାରଠାରେ ଭେଣ୍ଡିଂ ଜୋନର ଶୁଭ ପଡିଥିଲା। ସେହିପରି ୧ କୋଟି ଟଙ୍କା ବ୍ୟୟରେ ବାଲିପଡାଠାରେ ସ୍ମାର୍ଟ ଶ୍ମଶାନ ଗୃହ, ୧ କୋଟି ଟଙ୍କା ବ୍ୟୟରେ ମଲ୍ଟି ଷ୍ଟୋରେଜ ମାର୍କେଟ କମ୍ପ୍ଲେକ୍ସ ଓ ଯଜ୍ଞ ପଡିଆର ଉନ୍ନତୀକରଣ କାର୍ଯ୍ୟର ଶୁଭ ଦିଆଯାଇଥିଲା। ଭିତ୍ତିପ୍ରସ୍ତର ଫଳକରେ ବିଧାୟକଙ୍କ ସମେତ ଅନ୍ୟ ବ୍ୟକ୍ତି ବିଶେଷଙ୍କ ନାମ ଥିଲା। କିନ୍ତୁ ୪ ବର୍ଷ ପରେ ଉକ୍ତ ଫଳକ ଭାଙ୍ଗିରୁଜି ଗଲାଣି ପଛେ ଇଟା ଖଣ୍ଡେ ପଡ଼ିପାରିଲା ନାହିଁ। ଯଜ୍ଞ ପଡିଆ ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପଡିରହିଛି। ପ୍ରତିବର୍ଷ ସ୍ବାୟତ ଶାସନ ଦିବସ ଆସୁଛି ଓ ବ୍ୟବସାୟୀମାନେ ଏହି ପ୍ରକଳ୍ପ କଥା ମନେ ପକାଉଛନ୍ତି ବୋଲି ସେ କହିଛନ୍ତି ା ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ପୌରନିର୍ବାହୀ ଅଧିକାରୀ ଅଜିତ ପ୍ରସାଦ ନାରାୟଣ ଗିରିଙ୍କୁ ପଚାରିବାରେ ଯେଉଁ ପ୍ରକଳ୍ପଗୁଡିକର ଶିଳାନ୍ୟାସ କରାଯାଇଥିଲା ସେଗୁଡିକ ଖୁବ୍‌ଶୀଘ୍ର କାମ ଶେଷ କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri