ସହରାଞ୍ଚଳ ସମନ୍ବିତ ମୋ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୩୧।୧୨ (ବ୍ୟୁରୋ): ସରକାରୀ ସେବା ତଥା କାର୍ଯ୍ୟ ପାଇଁ ରାଜଧାନୀବାସୀଙ୍କୁ ଆଉ ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଗୋଟିଏ ଛାତ ତଳେ ସେମାନେ ବିଭିନ୍ନ ସରକାରୀ କାର୍ଯ୍ୟକୁ ସୁବିଧାରେ ସମ୍ପାଦନ କରିପାରିବେ। ଏଥିପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ରାଜ୍ୟ ଆଇଟି ବିଭାଗର ସହଯୋଗରେ ବାପୁଜୀନଗରଠାରେ ‘ସହରାଞ୍ଚଳ ସମନ୍ବିତ ମୋ ସେବା କେନ୍ଦ୍ର’ ସ୍ଥାପନ କରାଯାଇଛି। ଏହାକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏଠାରେ କୃଷକ ପଞ୍ଜୀକରଣଠାରୁ ଆରମ୍ଭ କରି ଶ୍ରମ କାର୍ଡର ଆବେଦନ ଓ ନବୀକରଣ ସୁବିଧା, ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ରାଶନକାର୍ଡ ଆବେଦନ/ସଂଶୋଧନ, ଅଗ୍ନି ଲାଇସେନ୍ସ, ବିଦ୍ୟୁତ୍‌ ବିଲ୍‌ ପୈଠ, ନୂତନ ବିଦ୍ୟୁତ୍‌ ସଂଯୋଗ ପାଇଁ ଆବେଦନ, ହୋଲ୍ଡିଂ/ସମ୍ପତ୍ତି କର ପୈଠ, ମଧୁବାବୁ ପେନ୍‌ସନ୍‌ ଯୋଜନା ସମେତ ବିଏମ୍‌ସିଠାରୁ ଆରମ୍ଭ କରି ତହସିଲ ପର୍ଯ୍ୟନ୍ତ ରହିଥିବା ୪ଶହରୁ ଊର୍ଦ୍ଧ୍ୱ ସେବା ସୁଲଭ ମୂଲ୍ୟରେ ଉପଲବ୍ଧ ହେବ। ସେହିପରି ବିଭିନ୍ନ ସେବା ପାଇଁ ୩ ଟଙ୍କାରୁ ୩୦ ଟଙ୍କା ପର୍ଯ୍ୟନ୍ତ ଦେୟ ଦେବାକୁ ପଡିବ। ମୋ ସେବା କେନ୍ଦ୍ରରେ ୪ଟି ସାଧାରଣ କାଉଣ୍ଟର ଓ ୨ଟି ଆଧାର କାଉଣ୍ଟର ରହିଛି।
ବିଶିଷ୍ଟ ଏହି କୋଠାରେ ‘ମୋ ସେବା’ କେନ୍ଦ୍ର, ଇ-ଲାଇବ୍ରେରି ଓ ରିକ୍ରିଏଶନ ସେଣ୍ଟର ରହିଛି। ଇ-ଲାଇବ୍ରେରିରେ ୩୦ଟି କମ୍ପ୍ୟୁଟର ରହିଛି। ଏକ ସମୟରେ ୩୦ଜଣ ଏହି ଲାଇବ୍ରେରିକୁ ବ୍ୟବହାର କରିପାରିବେ। ସହରରେ ‘ମୋ ସେବା କେନ୍ଦ୍ର’ ପ୍ରତିଷ୍ଠା ପାଇଁ ବିଏସ୍‌ସିଏଲ, ଆଇଟି ବିଭାଗ ଏବଂ ‘ସହଜ’ ସହିତ ଏକ ତ୍ରିପାକ୍ଷିକ ଚୁକ୍ତିନାମା କରାଯାଇଛି। ଇ-ସେବା ପ୍ରଦାନ ପାଇଁ ଓଡିଶା ସରକାରଙ୍କ ୫-ଟି ପଦକ୍ଷେପ ଅନୁଯାୟୀ ମୋ ସେବା କେନ୍ଦ୍ର କାର୍ଯ୍ୟ କରୁଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ମେୟର ସୁଲୋଚନା ଦାସ, ବିଡିଏ ଉପାଧ୍ୟକ୍ଷ ବଲଓ୍ବନ ସିଂହ, କମିଶନର ବିଜୟ ଅମୃତା କୁଲାଙ୍ଗେ, ଓକାକ୍‌ ସାଧାରଣ ପରିଚାଳିକା ଓ ‘ସହଜ’ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?