ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବଡ଼ ବଡ ସହରରେ ନିଃଶ୍ୱାସପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ଟିକେ ପାଇବା କଷ୍ଟକର ହୋଇ ପଡ଼ିଲାଣି। ହୁ ହୁ ହୋଇ ମାଡ଼ି ଚାଲିଥିବା ମୋଟରଯାନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ସବୁଜ ବଳୟ ନଷ୍ଟ ହେବାରେ ଲାଗିଥିବାରୁ ଯୋଗୁ ଶ୍ୱାସ ରୁନ୍ଧିଦେଲା ଭଳି ପରିସ୍ଥିତି ସୃଷ୍ଟି କଲାଣି। ରାଜଧାନୀ ଦିଲ୍ଲୀରେ ଅତ୍ୟଧିକ ବାୟୁ ପ୍ରଦୂଷଣ ସମଗ୍ର ଦେଶର ଚିନ୍ତା ବଢ଼ାଇ ଦେଇଛି । ପ୍ରଦୂଷଣ ମାତ୍ରା ଏତେ ବଢ଼ିଯାଇଛି ଯେ କେବଳ ଦିଲ୍ଲୀ ନୁହେଁ, ଦେଶର ୧୩୨ଟି ସହର ପ୍ରଦୂଷଣ ବିଷାକ୍ତ ବଳୟ ମଧ୍ୟକୁ ଚାଲିଯାଇଛି। ଓଡ଼ିଶାର ସହର ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଯାନବାହନ, ଶିଳ୍ପାଞ୍ଚଳ, କଠିନ ବର୍ଜ୍ୟବସ୍ତୁ ପୋଡ଼ିବା ଯୋଗୁ ସହରାଞ୍ଚଳରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଛି। ଭୁବନେଶ୍ୱର ସମେତ କଟକ, ଅନୁଗୋଳ, ତାଳଚେର, ବାଲେଶ୍ୱର, ରାଉରକେଲା ଏବଂ କଳିଙ୍ଗ ନଗର ଆଦି ୭ଟି ସହର ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଉଛନ୍ତି। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ ଏନ୍‌ଭାଇରନମେଣ୍ଟ ପକ୍ଷରୁ କରାଯାଇଥିବା ସର୍ଭେରୁ ଏଭଳି ତଥ୍ୟ ପଦାକୁ ଆସିଛି।

ସମଗ୍ର ଦେଶରେ ସହରାଞ୍ଚଳର ପରିବେଶକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେଉ ନ ଥିବାରୁ ଗୋଟିଏ ପରେ ଗୋଟିଏ ସହର ପ୍ରଦୂଷଣ ବଳୟ ଭିତରକୁ ଚାଲିଯାଉଛି। ସାଧାରଣତଃ ବାୟୁରେ ୧୦ ମାଇକ୍ରନରୁ କମ୍‌ ଧୂଳିକଣା ଓ ପ୍ରଦୂଷିତ ଦ୍ରବ୍ୟ ସୀମିତ ରହିବା କଥା। ମାତ୍ର ଏହି ସହରାଞ୍ଚଳରେ ଏହାଠାରୁ ଯଥେଷ୍ଟ ଅଧିକ ରହିଛି। ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ହାର ୩୬ ପ୍ରତିଶତ ଅଧିକ ଥିବାବେଳେ ଅନୁଗୋଳ ୨୮, କଟକ ୨୭, ରାଉରକେଲା ୪୧ ଏବଂ ତାଳଚେରରେ ୪୫ ପ୍ରତିଶତ ରହିଛି ।

ଉକ୍ତ ସହରାଞ୍ଚଳରେ ପ୍ରଦୂଷଣ ମାତ୍ରାକୁ ହ୍ରାସ କରିବା ପାଇଁ ଏକ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ କରିବାକୁ ଏନ୍‌ଜିଟି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଧିକ ପ୍ରଦୂଷିତ ସହରଗୁଡ଼ିକର ପ୍ରଦୂଷଣ ହ୍ରାସ କରିବା ପାଇଁ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ପରାମର୍ଶ ଦେଇଥିଲା। ଉକ୍ତ ସହରାଞ୍ଚଳଗୁଡ଼ିକର ବାୟୁ ପ୍ରଦୂଷଣ ମାତ୍ରା କିପରି ହ୍ରାସ କରାଯାଇପାରିବ ସେ ନେଇ ରାଜ୍ୟ ସରକାର ଏକ ସମନ୍ବିତ ସ୍ବଚ୍ଛ ବାୟୁ ଆକ୍ସନ ପ୍ଲାନ (କମ୍ପ୍ରିହେନସିଭ କ୍ଲିନ୍‌ ଏୟାର ଆକ୍ସନ ପ୍ଲାନ) ପ୍ରସ୍ତୁତ କରିଛନ୍ତି। ଏଥିରେ ରାଜ୍ୟ ପରିବହନ ବିଭାଗ, ଶିଳ୍ପ, କୃଷି, ଖଣି ଓ ଇସ୍ପାତ, ଗୃହନିର୍ମାଣ ଓ ନଗର ଉନ୍ନୟନ ଭଳି ଅନ୍ୟାନ୍ୟ ବିଭାଗକୁ ସାମିଲ କରାଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆକ୍ସନ ପ୍ଲାନ କାର୍ଯ୍ୟକାରୀ କରିବା ପାଇଁ ନୋଡାଲ ଏଜେନ୍ସି ଭାବେ ଦାୟିତ୍ୱ ତୁଲାଇବ। ସିପିସିବି ଦ୍ୱାରା ଏହାକୁ ଅନୁମୋଦନ କରାଯାଇଛି।

ପ୍ରଦୂଷିତ ବାୟୁମଣ୍ଡଳକୁ ସାମାନ୍ୟ ସ୍ତରକୁ ଆଣିବା ପାଇଁ ଶିଳ୍ପାଞ୍ଚଳ ଓ ଯାନବାହନଜନିତ ପ୍ରଦୂଷଣ ରୋକିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ସହରାଞ୍ଚଳ ନିକଟରେ ଥିବା ଅତି ପ୍ରଦୂଷିତ ଶିଳ୍ପାନୁଷ୍ଠାନଗୁଡ଼ିକୁ ସ୍ଥାନାନ୍ତର କରିବା, ସର୍ବସାଧାରଣ ପରିବହନ ସେବାରେ ସଂସ୍କାର  ଆଣିବା ଉପରେ ଯଥେଷ୍ଟ ଧ୍ୟାନ ଦିଆଯାଇଛି। ଯାନବାହନରୁ ବାହାରୁଥିବା ଧୂଆଁ, ବର୍ଜ୍ୟବସ୍ତୁ ପରିଚାଳନା, କୋଠାବାଡ଼ି ନିର୍ମାଣ ଯୋଗୁ ହେଉଥିବା ପ୍ରଦୂଷଣ ଇତ୍ୟାଦିକୁ ରୋକିବା ଲାଗି ପଦକ୍ଷେପ ନିଆଯିବାକୁ ବ୍ୟବସ୍ଥା ହୋଇଛି। ରାଉରକେଲା, ତାଳଚେର ଏବଂ ଅନୁଗୋଳ ଶିଳ୍ପାଞ୍ଚଳ ସହର। ସେଠାରେ ଶିଳ୍ପଭିତ୍ତିକ ପ୍ରଦୂଷଣ ରୋକିବା ଏକ ବଡ଼ ଆହ୍ବାନ। ସେହିସବୁ ସହରରେ ପିଏମ୍‌ (ପାର୍ଟିକୁଲେଟ ମ୍ୟାଟର)-୧୦ ରହିଛି। ଏହାକୁ ୧୪ରୁ ୧୫ ପ୍ରତିଶତ ହ୍ରାସ କରିବାକୁ ପଡ଼ିବ। ସେହିପରି ଭୁବନେଶ୍ୱର, କଟକ ଓ ବାଲେଶ୍ୱରରେ ବାୟୁ ପ୍ରଦୂଷଣ ପିଏମ୍‌-୧୦କୁ ୨୭ରୁ ୩୬ ପ୍ରତିଶତକୁ ହ୍ରାସ କରିବା ନେଇ ଆକ୍ସନ ପ୍ଲାନ୍‌ରେ ପରାମର୍ଶ ଦିଆଯାଇଛି। ଓଡ଼ିଶାରେ ଥିବା ସହରଗୁଡିକ ପ୍ରଦୂଷଣ ହାର ସେତେଟା ଚିନ୍ତାଜନକ ନୁହେଁ। କେତେକ ସହରରେ ପ୍ରଦୂଷଣ ହାର ସାମାନ୍ୟ ଅଧିକ ରହୁଛି। ସେଥିପାଇଁ କ୍ଲିନ୍‌ ଏୟାର ଆକ୍ସନ ପ୍ଲାନ୍‌ ଏବଂ ମାଇକ୍ରୋ ପ୍ଲାନ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?