‘ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ’

କେନ୍ଦୁଝର,୧୮ା୩ (ସ୍ବ.ପ୍ର.) କେନ୍ଦୁଝରଗଡ ପାୈରପରିଷଦ ନିର୍ବାଚନ ପରିପ୍ରେକ୍ଷୀରେ ପୌରାଞ୍ଚଳର ସାମୂହିକ ବିକାଶ ପାଇଁ ଭାଜପା ପକ୍ଷରୁ ବିଂଶସୂତ୍ରୀ ଘୋଷଣାନାମା ଗୁରୁବାର ଜାରି କରାଯାଇଛି। ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ସଭାରେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଯୋଗଦେଇ କେନ୍ଦୁଝରଗଡ ପୌରପାଳିକାରେ ଭାଜପା କ୍ଷମତାକୁ ଆସିଲେ ଏକ ସୁନ୍ଦର, ସ୍ବଚ୍ଛ ଓ ଲୋକାଭିମୁଖି ପୌରାଞ୍ଚଳ ଗଠନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ବିଂଶସୂତ୍ରୀ ନିର୍ବାଚନ ଇସ୍ତାହାର ମଧ୍ୟରେ ବହୁ ଦିନ ଧରି ସମସ୍ୟାରେ ଜର୍ଜରିତ ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ ଏବଂ ସହରର ବିକାଶ ପାଇଁ ସ୍ବତନ୍ତ୍ର ମାଷ୍ଟରପ୍ଲାନ କରାଯିବ ବୋଲି କହିଥିଲେ। ଡିଏମ୍‌ଏଫ୍‌ ଅର୍ଥରେ ନିର୍ମାଣଧିନ ସରକାରୀ ମେଡିକାଲ କଲେଜକୁ କେନ୍ଦୁଝରର ଆରାଧ୍ୟ ଦେବତା ବଳଦେବଜୀଉଙ୍କ ନାମରେ ନାମକରଣ କରିବା ସହ କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ବିଭିନ୍ନ ସ୍ଥାନରେ ଗାଡ଼ି ପାର୍କିଂ, ମାର୍କେଟ କମ୍ପ୍ଲେକ୍ସ ଓ ଅତ୍ୟାଧୁନିକ ମଲ୍‌ ପ୍ରତିଷ୍ଠା କରାଯିବ ବୋଲି କହିଥିଲେ। ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରାଯିବ ବୋଲି କହିଥିଲେ। ଭାଜପା ଜିଲା ସମବାୟ ସେଲ ସଂଯୋଜକ ଅଜୟ କୁମାର ସାହୁ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ ଜିଲା ସଭାପତି ଅଶ୍ୱିନୀ ପଟ୍ଟନାୟକ, ଭାଜପା କୋଷାଧ୍ୟକ୍ଷ ହରିହର ମହାନ୍ତ, ନଗର ପ୍ରଭାରୀ ତଥା ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଦିଲ୍ଲୀପ କୁମାର ପଣ୍ଡା, ନଗର ଭାଜପା ସଭାପତି ବିଶ୍ୱଜିତ ତ୍ରିପାଠୀ, ଭାଜପା ସମ୍ପାଦକ ଶିବକୁମାର ରାଠୋର, ଦୀପକ ଜେନା, ଯୁବ ମୋର୍ଚ୍ଚା ଜିଲା ସଭାପତି ହେମରଞ୍ଜନ ବାରିକ, ଯୁବ ମୋର୍ଚ୍ଚା ନଗର ସଭାପତି ପ୍ରିୟବ୍ରତ ଜେନା, ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ସବିର ଦାଶ, ଯୁବ ମୋର୍ଚ୍ଚା ଜିଲା ଉପସଭାପତି ଅଶ୍ୱିନୀ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri