‘ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ’

କେନ୍ଦୁଝର,୧୮ା୩ (ସ୍ବ.ପ୍ର.) କେନ୍ଦୁଝରଗଡ ପାୈରପରିଷଦ ନିର୍ବାଚନ ପରିପ୍ରେକ୍ଷୀରେ ପୌରାଞ୍ଚଳର ସାମୂହିକ ବିକାଶ ପାଇଁ ଭାଜପା ପକ୍ଷରୁ ବିଂଶସୂତ୍ରୀ ଘୋଷଣାନାମା ଗୁରୁବାର ଜାରି କରାଯାଇଛି। ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ସଭାରେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଯୋଗଦେଇ କେନ୍ଦୁଝରଗଡ ପୌରପାଳିକାରେ ଭାଜପା କ୍ଷମତାକୁ ଆସିଲେ ଏକ ସୁନ୍ଦର, ସ୍ବଚ୍ଛ ଓ ଲୋକାଭିମୁଖି ପୌରାଞ୍ଚଳ ଗଠନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ବିଂଶସୂତ୍ରୀ ନିର୍ବାଚନ ଇସ୍ତାହାର ମଧ୍ୟରେ ବହୁ ଦିନ ଧରି ସମସ୍ୟାରେ ଜର୍ଜରିତ ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ ଏବଂ ସହରର ବିକାଶ ପାଇଁ ସ୍ବତନ୍ତ୍ର ମାଷ୍ଟରପ୍ଲାନ କରାଯିବ ବୋଲି କହିଥିଲେ। ଡିଏମ୍‌ଏଫ୍‌ ଅର୍ଥରେ ନିର୍ମାଣଧିନ ସରକାରୀ ମେଡିକାଲ କଲେଜକୁ କେନ୍ଦୁଝରର ଆରାଧ୍ୟ ଦେବତା ବଳଦେବଜୀଉଙ୍କ ନାମରେ ନାମକରଣ କରିବା ସହ କେନ୍ଦୁଝର ସହରରେ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ବିଭିନ୍ନ ସ୍ଥାନରେ ଗାଡ଼ି ପାର୍କିଂ, ମାର୍କେଟ କମ୍ପ୍ଲେକ୍ସ ଓ ଅତ୍ୟାଧୁନିକ ମଲ୍‌ ପ୍ରତିଷ୍ଠା କରାଯିବ ବୋଲି କହିଥିଲେ। ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରାଯିବ ବୋଲି କହିଥିଲେ। ଭାଜପା ଜିଲା ସମବାୟ ସେଲ ସଂଯୋଜକ ଅଜୟ କୁମାର ସାହୁ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ ଜିଲା ସଭାପତି ଅଶ୍ୱିନୀ ପଟ୍ଟନାୟକ, ଭାଜପା କୋଷାଧ୍ୟକ୍ଷ ହରିହର ମହାନ୍ତ, ନଗର ପ୍ରଭାରୀ ତଥା ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଦିଲ୍ଲୀପ କୁମାର ପଣ୍ଡା, ନଗର ଭାଜପା ସଭାପତି ବିଶ୍ୱଜିତ ତ୍ରିପାଠୀ, ଭାଜପା ସମ୍ପାଦକ ଶିବକୁମାର ରାଠୋର, ଦୀପକ ଜେନା, ଯୁବ ମୋର୍ଚ୍ଚା ଜିଲା ସଭାପତି ହେମରଞ୍ଜନ ବାରିକ, ଯୁବ ମୋର୍ଚ୍ଚା ନଗର ସଭାପତି ପ୍ରିୟବ୍ରତ ଜେନା, ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ସବିର ଦାଶ, ଯୁବ ମୋର୍ଚ୍ଚା ଜିଲା ଉପସଭାପତି ଅଶ୍ୱିନୀ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri