ଜବରଦଖଲରେ ସହରାଞ୍ଚଳ ଜଳପଥ, ଜଳଧାରଣ କ୍ଷମତା ହରାଇଛି ଗୋବରୀ

କେନ୍ଦ୍ରାପଡ଼ା,୨୦ା୧୧ (ଜଗନ୍ନାଥ ଧଳ): ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀ ମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ ଯୋଗାଇ ହେଉନାହିଁ। ଏ ନେଇ ସ୍ଥାନୀୟ ଅଧିବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟିକୁ ଆଣିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସେହିପରି ୨୦୨୧ ମସିହାରେ ଜିଲା ଜଳ ସମ୍ପଦ ବିଭାଗ ପକ୍ଷରୁ ହୋଇଥିବା ଜଳ ପରୀକ୍ଷଣରେ ବିଷାକ୍ତ ପଦାର୍ଥ ଅତ୍ୟଧିକ ଥିବା ରିପୋର୍ଟକୁ ଅଣଦେଖା କରାଯାଉଥିବା ସ୍ଥାନୀୟ ଅଧିବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜଳସମ୍ପଦ ବିଭାଗ ଆକଳନ ଅନୁଯାୟୀ, ଗୋବରୀର ୧୩୮ କିଲୋମିଟର ଲମ୍ବର ଉଭୟ କୂଳରେ ୭,୬୧୬ ହେକ୍ଟର ଆୟାକଟ୍‌ରେ ଜଳସେଚନ ହୋଇଥାଏ। ସେହିପରି ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ମାଳିବସା, ତନ୍ତିଆପାଳ, ବେଣାକନ୍ଦା ଓ ବିଜୟନଗରଠାରେ କ୍ରିକ୍‌ ବନ୍ଧ ଯୋଜନା ପରେ ୪ ହଜାର ହେକ୍ଟର ଜମିରେ ଚାଷ ହୁଏ। ଏଠାରୁ ପାଣି ଆସି ରବି ଫସଲ ୩୨୦୦ ହେକ୍ଟର, ବାଦାମ ୬୦୦ ହେକ୍ଟର କ୍ଷେତରେ ଚାଷ ହୁଏ। ଜିଲାର ୮୦ ହଜାରରୁ ଊର୍ଦ୍ଧ୍ୱ ଅଧିବାସୀ ଏହି ପାଣିକୁ ଉପଯୋଗ କରିଥାନ୍ତି। ଏହି ଉତ୍ସକୁ ୩୦ ହଜାର ହେକ୍ଟର ଜମିକୁ ଚାଷ ପାଇଁ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ବିନିଯୋଗ କରାଯାଏ ବୋଲି ବିଭାଗୀୟ ସର୍ଭେ ରିପୋର୍ଟରେ ଉଲ୍ଲେଖ ଅଛି।
ଏ ସମ୍ପର୍କରେ ସହରର ସେକ୍‌ ଅମଜାନ, ଫୋରଡ ଗ୍ରାମର ଟୁନା ସାହୁ, କଂସାରର ନୀଳମାଧବ ମହାପାତ୍ର, ନିରଞ୍ଜନ ପରିଡା ପ୍ରମୁଖ କହିଛନ୍ତି, ଜିଲାରେ ଥିବା ୭ ନଦୀର ଜଳ ଜୀବନଜୀବିକାକୁ ସମୃଦ୍ଧ କରୁଛି। ଏଥିରେ ଗୋବରୀ ନଦୀର ଅବଦାନ ଅଧିକ। ୫ ଦଶନ୍ଧି ପୂର୍ବରୁ ସଡ଼କପଥ ସୁବିଧା ନ ଥିବାରୁ ଗୋବରୀର ଜଳପଥ ପଣ୍ୟଦ୍ରବ୍ୟ ବ୍ୟବସାୟରେ ମୁଖ୍ୟ ମାଧ୍ୟମ ଥିଲା। ସମୁଦ୍ରରୁ ଜମ୍ବୁ ଦେଇ ଗୋବରୀ ମହାନଦୀ ଜଳପଥରେ କଟକ ପର୍ଯ୍ୟନ୍ତ ପଣ୍ୟଦ୍ରବ୍ୟ କାରବାର ସହ ଯାତାୟାତ ହେଉଥିଲା। ସ୍ବାଧୀନତା ପରବର୍ତ୍ତୀ କାଳରେ ଏହାର ଉନ୍ନତୀକରଣ କରାଯାଇ ନଦୀଜଳକୁ ଚାଷରେ ବ୍ୟବହାର ହେଲା। ଏହା ବ୍ୟତୀତ ବିଭିନ୍ନ ପୁରାଣରୁ ମଧୁସାଗରର ଜନ୍ମ ସହ ଗୋବରୀ ନଦୀର କାହାଣୀ ଲୋକ ମୁଖରେ ପ୍ରଚଳିତ ଅଛି। ତେବେ ଏହି ନଦୀ ଏବେ ବ୍ୟବହାରଯୋଗ୍ୟ ହୋଇ ରହିନାହିଁ। ଏଥିରେ ଭାରିମାତ୍ରାରେ କାଡମିୟମ, କ୍ରେମିୟମ ଓ ପଟାସିୟମ ରହିଥିବା ପରୀକ୍ଷଣରୁ ଜଣାପଡିଛି। ଏହି ଜଳକୁ ବ୍ୟବହାର ଦ୍ୱାରା ଚର୍ମ ରୋଗ ସହ ଜଳବାହିତ ରୋଗ ଦେଖାଦେଉଛି। ଗ୍ରାମାଞ୍ଚଳ ଅପେକ୍ଷା ସହର ମଧ୍ୟରେ ଏହାର ଜଳପଥକୁ ସର୍ବାଧିକ ଜବରଦଖଲ କରାଯାଇଛି। ନିକଟରେ ଦୁଇଟି ସାଇଫନ ଦ୍ୱାରା ସହରର ଅଳିଆ ଆବର୍ଜନା ପାଣି ନଦୀକୁ ଛଡାଯାଇଛି। ସେହିପରି ନଦୀକୂଳବାସୀଙ୍କ ଶୌଚାଳୟର ଦ୍ୱାର ନଦୀ ମଧ୍ୟକୁ ଅଛି। ଯାହାଫଳରେ ନଦୀ ଜଳ ପ୍ରଦୂଷିତ ହେବା ସହ ଜବରଦଖଲକାରୀ ନଦୀପଥକୁ ସଙ୍କୁଚିତ କରିଛନ୍ତି। ଉନ୍ନତୀକରଣ ନ ହେବାରୁ ନଦୀରେ ବିଲାତି ଦଳ ଭର୍ତ୍ତି ହୋଇଛି। ଯାହା ପାଇଁ କ୍ଷେତକୁ ପାଣି ଯାଇପାରୁନାହିଁ। ତେବେ ପ୍ରଶାସନ ପକ୍ଷରୁ ଜଳକର ଆଦାୟ ହେଉଛି। ଗୋବରୀର ଉନ୍ନତୀକରଣରେ ଜିଲାର ଆର୍ଥିକ ସ୍ଥିତି ସୁଧାର ଆସିବ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଏହାର ଉନ୍ନତୀକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଏହାର ସୁଫଳ ମିଳିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri