ମହଜୁଦ ସତ୍ତ୍ୱେ ମିଳୁନି ୟୁରିଆ ସାର

ବରଗଡ଼,୪ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହେବାର ୨ମାସ ବିତି ଯାଇଛି। କିନ୍ତୁ ଆବଶ୍ୟକ ସମୟରେ ଚାଷୀଙ୍କୁ ୟୁରିଆ ସାର ମିଳୁ ନାହିଁ । ଏହି ସାର ପାଇଁ ଚାଷୀମାନଙ୍କୁ ହନ୍ତସନ୍ତ ହେବାକୁ ପଡୁଛି । ଜିଲାରେ ୟୁରିଆ ସାରର ଏଭଳି କୃତ୍ରିମ ଅଭାବକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ବୁଧବାର ସୋହେଲା ବ୍ଲକର ବିଭିନ୍ନ ଗ୍ରାମର ଶତାଧିକ ଚାଷୀ ମୁଖ୍ୟ ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସିଥିଲେ। କିନ୍ତୁ ସେତେବେଳେ ମୁଖ୍ୟ ଜିଲା କୃଷି ଅଧିକାରୀ କ୍ଷେତ୍ର ପରିଦର୍ଶନରେ ଯାଇଥିବା କାରଣରୁ ଚାଷୀମାନେ ସେଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ଦୀର୍ଘ ସମୟ ଧରି ଧାରଣାରେ ବସିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଧାରଣାସ୍ଥଳକୁ ପହଞ୍ଚିଥିଲେ ଏବଂ ଚାଷୀମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ। ଜିଲା କୃଷି ଅଧିକାରୀଙ୍କ ସହିତ ଆଲୋଚନା କରି ସମସ୍ତ ଚାଷୀମାନଙ୍କୁ ସାର ଯୋଗାଇ ଦେବାକୁ ସେ ପ୍ରତିଶ୍ରୁତି ଦେଇଥିଲେ। ଅତିରିକ୍ତ ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଚାଷୀମାନେ ଧାରଣାରୁ ଉଠିଥିଲେ।
ସୂଚନା ଅନୁଯାୟୀ, ବରଗଡ଼ ଜିଲାକୁ ୯୫ ଭାଗ ସାର ଆସିଥିଲେ ସୁଦ୍ଧା ତାହା ଚାଷୀମାନଙ୍କୁ ମିଳି ନାହିଁ। ଲାଭଖୋର ବ୍ୟବସାୟୀ ତାହା ଗୋଦାମରେ ଭର୍ତ୍ତି କରି କୃତ୍ରିମ ଅଭାବ ସୃଷ୍ଟି କରି ନାହିଁ ନଥିବା ଦରରେ ସାର ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଧାନ ରୁଆ ସମୟରୁ ଏଭଳି ସାର ସଙ୍କଟ ଦେଖା ଦେଇଥିଲେ ସୁଦ୍ଧା ସମାଧାନର ବାଟ ଫିଟୁ ନଥିବା ଏବଂ ସ୍ଥିତି ଦିନକୁ ଦିନ ଗମ୍ଭୀର ରୂପ ଧାରଣ କରି ବସିଛି। ଯେତିକି ପରିମାଣରେ ସାର ପ୍ରାଥମିକ କୃଷି ସମବାୟ ସମିତି ଗୁଡିକୁ ଯାଉଛି, ସେଥିରୁ କିଛି କିଛି ଚାଷୀ ସାର ପାଉଛନ୍ତି। କିନ୍ତୁ ଯେତିକି ସାର ଲାଇସେନ୍ସପ୍ରାପ୍ତ ବ୍ୟବସାୟୀମାନଙ୍କ ପାଖକୁ ଯାଉଛି, ସେହି ସାର ସରକାରୀ ଧାର୍ଯ୍ୟ ଦରରେ ଚାଷୀମାନେ ପାଉ ନାହାନ୍ତି ବୋଲି ଚାଷୀ ସଙ୍ଗଠନ ଜୟକିଷାନ ଆନ୍ଦୋଳନ ତରଫରୁ ଅଭିଯୋଗ କରାଯାଇଛି।

ଏଭଳି ଅଭିଯୋଗ ନେଇ ସୋହେଲା ବ୍ଲକ ଅନ୍ତର୍ଗତ ସରକଣ୍ଡା ଏବଂ ଘେଁସ ପ୍ରାଥମିକ କୃଷି ସମବାୟ ସମିତିର ଶତାଧିକ ଚାଷୀ ସାର ପାଇଁ ମୁଖ୍ୟ ଜିଲା କୃଷି ଅଧିକାରୀଙ୍କ ପାଖକୁ ଯାଇଥିଲେ। ମୁଖ୍ୟ ଜିଲା କୃଷି ଅଧିକାରୀଙ୍କ ସହିତ ଚାଷୀମାନେ ଫୋନ ମାଧ୍ୟମରେ ଯୋଗାଯୋଗ କରିଥିଲେ। ପରେ ମୁଖ୍ୟ ଜିଲା କୃଷି ଅଧିକାରୀ ଲୋଚନ ମାଝୀ ତାଙ୍କ କାର୍ଯ୍ୟାଳୟକୁ ସମସ୍ତ ଚାଷୀମାନଙ୍କୁ ଡାକି ଆଲୋଚନା କରିଥିଲେ। ଗୁରୁବାର ସୁଦ୍ଧା ନିଶ୍ଚିତ ଭାବରେ ସାର ଯୋଗାଇ ଦିଆଯିବ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜୟ କିଷାନ ଆନ୍ଦୋଳନର ଜିଲା ସଭାପତି ସୁଶୀଲ କୁମାର ସାହୁ ଏବଂ ସାଧାରଣ ସମ୍ପାଦକ ହର ବଣିଆଁ ମଧ୍ୟ ଉପସ୍ଥିତ ଥିଲେ। ଆଗାମୀ ଦିନରେ କେଉଁ ସଂସ୍ଥା କିମ୍ବା କେଉଁ ବ୍ୟବସାୟୀ ପାଖକୁ କେତେ ପରିମାଣର ସାର ଯୋଗାଇ ଦିଆଯାଇଛି, ତାହାକୁ ସାର୍ବଜନୀନ କରାଯାଉ। ଏହା ସାର କଳାବଜାର ରୋକିବାରେ ସହାୟକ ହେବ ବୋଲି ସଙ୍ଗଠନ ତରଫରୁ ପ୍ରସ୍ତାବ ଦିଆଯାଇଥିଲା। କୃଷି ଅଧିକାରୀ ମଧ୍ୟ ସକାରାତ୍ମକ ଆଲୋଚନା କରି ଆଗାମୀ ଦିନରେ ଏହାକୁ ଗମ୍ଭୀରତାର ସହ ବିଚାର କରି ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଚାଷୀମାନେ ଆନ୍ଦୋଳନ ପ୍ରତ୍ୟାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri