ହସ୍ପିଟାଲରେ ଉର୍ଫି ଜାଭେଦ, ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ସର୍ବଦା ନିଜର ଅଜବ ଫ୍ୟାଶନ ସେନ୍ସ ସହ ବୋଲ୍ଡ ଲୁକ୍‌କୁ ନେଇ ଚର୍ଚ୍ଚାରେ ରୁହନ୍ତି ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ବିଗ୍‌ ବସ୍‌ ଓଟିଟି ଫେମ୍‌ ଉର୍ଫି ଏବେ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ୍ସପାଏରୀ ତେଲରେ ଖାଦ୍ୟ ରାନ୍ଧି ଖାଇବା ତାଙ୍କୁ ମହଙ୍ଗା ପଡ଼ିଛି। ଏନେଇ ସେ ନିଜେ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି।

ଉର୍ଫି ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ତାଙ୍କ ଆଖି ଫୁଲିବା ସହ ସେ ହସ୍ପିଟାଲ ବେଡ୍‌ରେ ଶୋଇଥିବା ନଜର ଆସିଛନ୍ତି। ଉର୍ଫିଙ୍କ ଏଭଳି ଫଟୋକୁ ଦେଖି ୟୁଜର୍ସ ଓ ତାଙ୍କ ପ୍ରଶଂସକମାନେ ଚିନ୍ତାରେ ପଡିଯାଇଛନ୍ତି। ଉର୍ଫିଙ୍କ ଏଭଳି ଅବସ୍ଥା କିଏ କଲା ସେ ନେଇ ସମସ୍ତେ ପ୍ରଶ୍ନ କରୁଛନ୍ତି। ଜବାବରେ ଉର୍ଫି ଏକ୍ସପାଏରୀ ଅଲିଭ୍‌ ଅଏଲ୍‌ ଖାଇବା ଯୋଗୁ ଏଭଳି ଅବସ୍ଥା ହୋଇଥିବା ନେଇ ଖୁଲାସା କରିଛନ୍ତି।

ସେ ‘ଆମାଜନ୍‌’ରୁ ‘Jivo’ର ଏକ ଅଲିଭ୍‌ ଅଏଲ୍‌ ମଗାଇଥିଲେ। ଏହି ତେଲରେ ପ୍ରଥମେ ସେ ମଟର୍‌ ପନିର ରୋଷେଇ କରିଥିଲେ। ତାଙ୍କ ସହ ତାଙ୍କର ପୂରା କର୍ମଚାରୀମାନେ ମଧ୍ୟ ଏହି ତେଲରେ ତିଆରି ଖାଦ୍ୟ ଖାଇଥିଲେ। ପନିର ଖାଇବା ପରେ ଉର୍ଫିଙ୍କ ସହ ତାଙ୍କ କର୍ମଚାରୀଙ୍କ ସ୍ବାସ୍ଥ୍ୟ ବିଗିଡ଼ି ଯାଇଥିଲା। ପ୍ରଥମେ ତେଲରେ ରାନ୍ଧି ଖାଇବା ଦ୍ୱାରା ଏଭଳି ହୋଇ ନ ଥାଇପାରେ ବୋଲି ସେ ଭାବିଥିଲେ। ପୁଣି ଥରେ ସେ ସେହି ତେଲରେ ମାଛ ରୋଷେଇ କରି ଖାଇଥିଲେ। ଏହାପରେ ଉର୍ଫିଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡି ଯାଇଥିଲା। ଶେଷରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡିଛି ବୋଲି ଇନ୍‌ଷ୍ଟା ଷ୍ଟୋରୀରେ ଉର୍ଫି କହିଛନ୍ତି। ଉର୍ଫିଙ୍କ ଏଭଳି ଅବସ୍ଥା ଦେଖି ତାଙ୍କ ପ୍ରଶଂସକମାନେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri