ଶିମିଳିପାଳରେ ବନାଗ୍ନି ରୋକିବା ଲାଗି ତତ୍ପରତା

ବାରିପଦା ଅଫିସ,୪।୧: ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ରୋକିବା ନିମନ୍ତେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକ(ଆର୍‌ସିସିଏଫ୍‌) ଟି.ଅଶୋକ କୁମାର ଅଧ୍ୟକ୍ଷତା କରିଥିଲେ। ଜିଲାର ବାରିପଦା, ରାଇରଙ୍ଗପୁର ଓ କରଞ୍ଜିଆ ବନଖଣ୍ଡ ଅଧିକାରୀ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଏବଂ ଦକ୍ଷିଣ ଡିଭିଜନର ଉପ ନିର୍ଦ୍ଦେଶକ ଓ ୩ଜଣ ଅତିରିକ୍ତ ବନ ସଂରକ୍ଷକ ପ୍ରମୁଖ ଉପସ୍ଥିତ ରହି ନିଅଁାକୁ ରୋକିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ।
ପ୍ରାକୃତିକ ଓ ମନୁଷ୍ୟକୃତ କାରଣରୁ ଜଙ୍ଗଲରେ ନିଅଁା ଲାଗିଥାଏ। ପୋଡୁ ଚାଷ, ଜାଳେଣି, ରାଗ ରଖି ବନ କର୍ମଚାରୀଙ୍କୁ ହଇରାଣ କରିବା ଉଦ୍ଦେଶ୍ୟରେ, ଜଙ୍ଗଲ ଜମି ଜବରଦଖଲ, ବେଆଇନ ଗଛକଟାକୁ ଲୁଚାଇବା ନିମନ୍ତେ ଲୋକେ ନିଆଁ ଲଗାଇ ଦେଇଥାନ୍ତି। ବନ ବିଭାଗ କର୍ମଚାରୀ, ସ୍ବେଚ୍ଛାସେବୀଙ୍କୁ ତାଲିମ ଦେଇ ସଜାଗ ରଖାଯିବା ସହ ଜଙ୍ଗଲ ଅଞ୍ଚଳର ଅଧିବାସୀ, ବନବାସୀ, ସାମାଜିକ ସଙ୍ଗଠନ ଏବଂ ପରିବେଶବିତମାନଙ୍କୁ ନେଇ ସମ୍ମିଳିତ ପ୍ରୟାସ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସତର୍କତା ମାଧ୍ୟମରେ ଜଙ୍ଗଲକୁ ସୁରକ୍ଷା ଯୋଗାଇ ଦେବା ଉଦ୍ଦେଶ୍ୟରେ ଶିମିଳିପାଳ ପାଦଦେଶରେ ଲୋକମାନଙ୍କୁ ସଚେତନତା କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜାନୁଆରୀ ଶେଷ ଓ ଫେବୃଆରୀ ମାସ ଆରମ୍ଭରେ ଅଭୟାରଣ୍ୟ ସମେତ ଗ୍ରାମ୍ୟ ଜଙ୍ଗଲ ଓ ସଂରକ୍ଷିତ ଜଙ୍ଗଲଗୁଡ଼ିକରେ ନିଅଁା ଲାଗିବା ଘଟଣା ଦେଖିବାକୁ ମିଳିଥାଏ ା ତେବେ ଚଳିତ ବର୍ଷରେ ନିଅଁାକୁ ସମ୍ପୂର୍ଣ୍ଣ ମାତ୍ରାରେ ରୋକିବାକୁ ବନବିଭାଗ ପକ୍ଷରୁ ଜିଲା ପ୍ରଶାସନ, ସ୍ବୟଂ ସହାୟିକା ଗୋଷ୍ଠୀ ଓ ସ୍ଥାନୀୟ ଜନପ୍ରତିନିଧିମାନଙ୍କ ସହାୟତାରେ ବ୍ୟାପକ ଜନସଚେତନତା ସୃଷ୍ଟି କରାଯିବା ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ଫାୟାର ପଏଣ୍ଟଗୁଡ଼ିକ ନେଇ ଏକ ମ୍ୟାପ ପ୍ରସ୍ତୁତ କରାଯାଇଛି। ପ୍ରତି ରେଞ୍ଜ ଅନୁଯାୟୀ କର୍ମଚାରୀମାନଙ୍କୁ ଫାୟାର ପଏଣ୍ଟ ବାବଦରେ ଜଣାଇବା ସହ ଉକ୍ତ ସ୍ଥାନ ପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହିତ ଫାୟାର ଲାଇନ, ମହୁଲ ଗଛ ମୂଳକୁ ପରିଷ୍କାର କରିବା, ଅଗ୍ନି ନିର୍ବାପକ ଯନ୍ତ୍ର, ନୂତନ କର୍ମଚାରୀ ନିଯୁକ୍ତି, ସ୍ବତନ୍ତ୍ର ଜୋତା ଓ ପୋଷାକ ପ୍ରଦାନ ସହିତ ପ୍ରତି ରେଞ୍ଜରେ ମକ୍‌ଡ୍ରିଲ କରାଯିବ ବୋଲି ଟି.ଅଶୋକ କୁମାର ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ୨୦୨୦ରେ ଶିମିଳିପାଳ ଅଭୟାରଣ୍ୟରେ ୮୨୪ଟି ସ୍ଥାନରେ ନିଅଁା ଲାଗିଥିବା ବେଳେ ୨୦୨୧ରେ ତାହା ବୃଦ୍ଧି ପାଇ ୪ହଜାର ୪୩୯ ଓ ୨୦୨୨ରେ ୪୮୯ଟି ସ୍ଥାନରେ ଫାୟାର ପଏଣ୍ଟ ଚିହ୍ନଟ କରାଯାଇଥିଲା। ଅଭୟାରଣ୍ୟକୁ ନିଅଁା ବିପତ୍ତିିିିରୁ ରକ୍ଷା କରିବା ପାଇଁ ବନବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri