ଆଗଉନି କାମ, ଆନ୍ଦୋଳନ ଚେତାବନୀ

ଖୋର୍ଦ୍ଧା, ୧୦ା୧୨(ପ୍ରଭାତ ପାଣିଗ୍ରାହୀ)ବରୁଣେଇ ପାହାଡ଼ ପାଦଦେଶରେ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ଲାଗି ରହିଥିବା ବିବାଦ ତୁଟିବା ପରେ ଗତ ଡିସେମ୍ବରରେ ଭୂମିପୂଜା ହୋଇଥିଲା। ଇତିମଧ୍ୟରେ ଶିଳାନ୍ୟାସକୁ ୪ ବର୍ଷ ବିତିଥିବା ବେଳେ ଭୂମିପୂଜାକୁ ବର୍ଷେ ବିତିଲାଣି। ଏଯାବତ୍‌ ପ୍ରସ୍ତାବିତ ଜାଗାରେ ଖଣ୍ଡେ ଇଟା ମଧ୍ୟ ପଡ଼ିନାହିଁ। ଏନେଇ ବିଭିନ୍ନ ପାଇକ ସଙ୍ଗଠନ ତୀବ୍ର ବିରୋଧ କରିଛନ୍ତି। ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ନ ହେଲେ ଆଗାମୀ ଦିନରେ ପାଇକ ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି। ଅନ୍ୟପଟେ ଶାସକ ଦଳ ଏବଂ ବିରୋଧୀ ଭାଜପାର ଶ୍ରେୟ ରାଜନୀତିରେ ସ୍ମାରକୀ ନିର୍ମାଣ କାର୍ଯ୍ୟ ବଳିପଡ଼ିଥିବା ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ନୀରବତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଶାସକ ଦଳ ବିଧାୟକ ମୁହଁ ଖୋଲିବାକୁ ନାରାଜ। ସେହିପରି ଭାଜପା ନେତା ସରକାରଙ୍କ ଅବହେଳା, ଆନ୍ତରିକତା ଅଭାବକୁ ଦାୟୀ କରିଛନ୍ତି।
କି, ୨୦୧୯ ଡିସେମ୍ବର ୮ରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବରୁଣେଇ ପାଦଦେଶରେ ପାଇକ ସ୍ମାରକୀ ନିର୍ମାଣ ଲାଗି ଶିଳାନ୍ୟାସ କରିଥିଲେ। ରାଜ୍ୟ ସରକାର ଏଥିଲାଗି ୧୦ ଏକର ଜମି ଯୋଗାଇ ଦେଇଥିଲେ। ପ୍ରଥମେ ପ୍ରସ୍ତାବିତ ଜମି ଜବରଦଖଲମୁକ୍ତ ଏବଂ ପରେ ରାଜ୍ୟ ସରକାର ପ୍ରସ୍ତାବିତ ଜମିକୁ ଫ୍ରି ପ୍ରିମିୟମ୍‌ ଭାବେ ଯୋଗାଇଦେବା ଲାଗି ବିଭିନ୍ନ ସଙ୍ଗଠନ ଦାବି କରିଥିଲେ। ୨୦୨୨ ଜୁଲାଇରେ ରାଜ୍ୟ ସରକାର ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ଖୋର୍ଦ୍ଧା ମୌଜାର ବରୁଣେଇ ପାହାଡ଼ ପାଦଦେଶରେ ଏକର ୯.୬୮୫ ଡିସିମିଲ ସରକାରୀ ଜମିକୁ ପାଇକ ବିଦ୍ରୋହ ସ୍ମୃତି ଉଦ୍ଦେଶ୍ୟରେ ବିନା ପ୍ରିମିୟମ୍‌, କ୍ୟାପିଟାଲ ଭ୍ୟାଲୁ ଏବଂ ଇନ୍ସିଡେଂଟ୍ରାଲ ଚାର୍ଜରେ ସଂସ୍କୃତି ମନ୍ତ୍ରଣାଳୟ ଭାରତ ସରକାରଙ୍କୁ କ୍ୟାବିନେଟ୍‌ର ଅନୁମୋଦନକ୍ରମେ ୩୧,୯୬୬୨୯୩୪ ଟଙ୍କା ରାଜସ୍ବ ଦେୟ ଛାଡ଼ କରିଛନ୍ତି। ଏନେଇ ବିଭିନ୍ନ ପାଇକ ସଙ୍ଗଠନ ମଧ୍ୟରେ ଆନନ୍ଦ ଉଲ୍ଲାସ ଖେଲିଯାଇଥିଲା। ଖୁବ୍‌ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଆଶା ରହିଥିଲା। ତେବେ ବର୍ତ୍ତମାନ ସୁଦ୍ଧା ଖଣ୍ଡେ ଇଟା ବି ପଡ଼ିନାହିଁ। ସେପଟେ ପ୍ରସ୍ତାବିତ ଜମି ମୁକ୍ତ ଡମ୍ପିଂ ୟାର୍ଡ ପାଲଟିଛି। କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ କାର୍ଯ୍ୟରେ ବାଧକ ସାଜିଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ୨୦୨୨ ଡିସେମ୍ବର ୨୬ରେ ସ୍ଥାନୀୟ ପ୍ରଶାସନ ଏବଂ ନିର୍ମାଣ ଦାୟିତ୍ୱରେ ଥିବା ଅଏଲ୍‌ ଇଣ୍ଡିଆ ଫାଉଣ୍ଡେଶନ ଅଧିକାରୀଙ୍କ ଉପସ୍ଥିତିରେ ଶିଳାନ୍ୟାସ ହୋଇଥିଲା। ଏହା ବିଭିନ୍ନ ପାଇକ ଅନୁଷ୍ଠାନ ଏବଂ ଜିଲାବାସୀଙ୍କ ମଧ୍ୟରେ ଉତ୍ସାହ ଭରିଦେଇଥିଲା। ତେବେ ନିର୍ମାଣ କାର୍ଯ୍ୟ ଭୂମିପୂଜାରୁ ଅଟକିଛି। ଏହା ପରଠାରୁ କାର୍ଯ୍ୟ ତ୍ୱରାନ୍ବିତ ହୋଇନାହିଁ। ଅନ୍ୟପକ୍ଷେ ଏଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri