Posted inଜାତୀୟ

ବିମାନରେ ସହଯାତ୍ରୀଙ୍କ ଉପରେ ପରିସ୍ରା

ନୂଆଦିଲ୍ଲୀ, ୬ା୩ : ନ୍ୟୁୟର୍କରୁ ନୂଆଦିଲ୍ଲୀ ଆସୁଥିବା ଆମେରିକାନ୍‌ ଏୟାରଲାଇନ୍ସର ଏକ ବିମାନରେ ଜଣେ ଭାରତୀୟ ଛାତ୍ର ନିଶାଗ୍ରସ୍ତ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିସ୍ରା କରିଛନ୍ତି। ଘଟଣା ଜଣାପଡ଼ିବା ପରେ ଉକ୍ତ ଏୟାରଲାଇନ୍ସ ଆମେରିକା ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ଆର୍ଯ୍ୟ ବୋହ୍‌ରା(୨୧)ଙ୍କୁ ବ୍ୟାନ୍‌ କରିଛି। ସେ ଭବିଷ୍ୟତରେ ଆଉ ଆମେରିକା ବିମାନରେ ଯାତ୍ରା କରିପାରିବେ ନାହିଁ। ଆମେରିକାନ୍‌ ଏୟାରଲାଇନ୍ସର ସୂଚନା ଅନୁଯାୟୀ ଏଏ୨୯୨ ବିମାନଟି ନ୍ୟୁୟର୍କର କେନେଡି ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରୁ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ପରିସ୍ରା କରିଥିବା ଛାତ୍ରଙ୍କ ବିରୋଧରେ ଥାନାରେ ଏତଲା ଦିଆଯାଇଥିଲା। ଛାତ୍ର ଜଣକ ପ୍ରବଳ ମାତ୍ରାରେ ନିଶାଗ୍ରସ୍ତ ଥିବାରୁ କ୍ରିଉ ସଦସ୍ୟମାନଙ୍କ ପରାମର୍ଶ ନ ଶୁଣି ସେମାନଙ୍କ ସହ ବାରମ୍ବାର ଯୁକ୍ତି କରିଥିଲେ ଓ ବିମାନରେ ବସିବାକୁ ଚାହିଁ ନ ଥିଲେ। ସେ ବିମାନ ଓ କ୍ରିଉମାନଙ୍କ ସୁରକ୍ଷା ପ୍ରତି ବିପଦ ଆଣିଥିଲେ ବୋଲି ଅଭିଯୋଗ ହୋଇଛି। ଶେଷରେ ସେ ପାଖ ସିଟ୍‌ରେ ବସିଥିବା ଜଣେ ଯାତ୍ରୀଙ୍କ ଉପରେ ପରିସ୍ରା କରିଥିଲେ।
ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବର ୨୬ରେ ନ୍ୟୁୟର୍କରୁ ନୂଆଦିଲ୍ଲୀ ଆସୁ୍‌ଥିବା ଏୟାର ଇଣ୍ଡିଆ ବିମାନରେ ଶଙ୍କର ମିଶ୍ରା ନାମକ ବ୍ୟକ୍ତି ଜଣେ ୭୦ ବର୍ଷୀୟା ସହଯାତ୍ରୀଙ୍କ ଉପରେ ପରିସ୍ରା କରି ଏୟାରଲାଇନ୍ସ ଦ୍ୱାରା ବ୍ୟାନ୍‌ ହୋଇଥିଲେ। ଏହାର ୧୦ ଦିନ ପରେ ଡିସେମ୍ବର ୬ରେ ପ୍ୟାରିସ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଜଣେ ଯାତ୍ରୀ ପାଖ ସିଟ୍‌ରେ ଥିବା ମହିଳା ସହଯାତ୍ରୀଙ୍କ ବ୍ଲାଙ୍କେଟ୍‌ରେ ପରିସ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri