Posted inଜାତୀୟ

ବିମାନରେ ସହଯାତ୍ରୀଙ୍କ ଉପରେ ପରିସ୍ରା

ନୂଆଦିଲ୍ଲୀ, ୬ା୩ : ନ୍ୟୁୟର୍କରୁ ନୂଆଦିଲ୍ଲୀ ଆସୁଥିବା ଆମେରିକାନ୍‌ ଏୟାରଲାଇନ୍ସର ଏକ ବିମାନରେ ଜଣେ ଭାରତୀୟ ଛାତ୍ର ନିଶାଗ୍ରସ୍ତ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିସ୍ରା କରିଛନ୍ତି। ଘଟଣା ଜଣାପଡ଼ିବା ପରେ ଉକ୍ତ ଏୟାରଲାଇନ୍ସ ଆମେରିକା ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ଆର୍ଯ୍ୟ ବୋହ୍‌ରା(୨୧)ଙ୍କୁ ବ୍ୟାନ୍‌ କରିଛି। ସେ ଭବିଷ୍ୟତରେ ଆଉ ଆମେରିକା ବିମାନରେ ଯାତ୍ରା କରିପାରିବେ ନାହିଁ। ଆମେରିକାନ୍‌ ଏୟାରଲାଇନ୍ସର ସୂଚନା ଅନୁଯାୟୀ ଏଏ୨୯୨ ବିମାନଟି ନ୍ୟୁୟର୍କର କେନେଡି ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରୁ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ପରିସ୍ରା କରିଥିବା ଛାତ୍ରଙ୍କ ବିରୋଧରେ ଥାନାରେ ଏତଲା ଦିଆଯାଇଥିଲା। ଛାତ୍ର ଜଣକ ପ୍ରବଳ ମାତ୍ରାରେ ନିଶାଗ୍ରସ୍ତ ଥିବାରୁ କ୍ରିଉ ସଦସ୍ୟମାନଙ୍କ ପରାମର୍ଶ ନ ଶୁଣି ସେମାନଙ୍କ ସହ ବାରମ୍ବାର ଯୁକ୍ତି କରିଥିଲେ ଓ ବିମାନରେ ବସିବାକୁ ଚାହିଁ ନ ଥିଲେ। ସେ ବିମାନ ଓ କ୍ରିଉମାନଙ୍କ ସୁରକ୍ଷା ପ୍ରତି ବିପଦ ଆଣିଥିଲେ ବୋଲି ଅଭିଯୋଗ ହୋଇଛି। ଶେଷରେ ସେ ପାଖ ସିଟ୍‌ରେ ବସିଥିବା ଜଣେ ଯାତ୍ରୀଙ୍କ ଉପରେ ପରିସ୍ରା କରିଥିଲେ।
ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବର ୨୬ରେ ନ୍ୟୁୟର୍କରୁ ନୂଆଦିଲ୍ଲୀ ଆସୁ୍‌ଥିବା ଏୟାର ଇଣ୍ଡିଆ ବିମାନରେ ଶଙ୍କର ମିଶ୍ରା ନାମକ ବ୍ୟକ୍ତି ଜଣେ ୭୦ ବର୍ଷୀୟା ସହଯାତ୍ରୀଙ୍କ ଉପରେ ପରିସ୍ରା କରି ଏୟାରଲାଇନ୍ସ ଦ୍ୱାରା ବ୍ୟାନ୍‌ ହୋଇଥିଲେ। ଏହାର ୧୦ ଦିନ ପରେ ଡିସେମ୍ବର ୬ରେ ପ୍ୟାରିସ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଜଣେ ଯାତ୍ରୀ ପାଖ ସିଟ୍‌ରେ ଥିବା ମହିଳା ସହଯାତ୍ରୀଙ୍କ ବ୍ଲାଙ୍କେଟ୍‌ରେ ପରିସ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri