Posted inଜାତୀୟ

ଶିବସେନାରେ ଯୋଗଦେବେ ଉର୍ମିଳା!

ମୁମ୍ବାଇ,୩୦ ।୧୧: ବଲିଉଡ୍ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ମଙ୍ଗଳବାର ଶିବସେନାରେ ଯୋଗ ଦେଇ ପାରନ୍ତି ବୋଲି କହିଛନ୍ତି ଶିବସେନା ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ । ପଲିଟିକାଲ କ୍ୟାରିୟର ଆରମ୍ଭରେ ଉର୍ମିଳା ପ୍ରଥମେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ଗୋଟିଏ ନିର୍ବାଚନରେ ଲଢି ସାରିଛନ୍ତି । ହେଲେ ସେତେବେଳେ ସେ ପରାଜୟ ବରଣ କରିଥିଲେ । ସୂଚନାଯୋଗ୍ୟ, ଉର୍ମିଳା ୨୭ ମାର୍ଚ୍ଚ ୨୦୧୯ରେ କଂଗ୍ରେସରେ ଯୋଗ ଦେଇଥିଲେ । ଏହାପରେ ୨୦୧୯ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ତାଙ୍କୁ ଉତ୍ତର ମୁମ୍ବାଇରୁ ପ୍ରାର୍ଥୀ କରିଥିଲା । ହେଲେ ନିର୍ବାଚନରେ ସେ ହାରି ଯାଇଥିଲେ । ଏହାପରେ ଦଳରେ ଅର୍ନ୍ତଦ୍ୱନ୍ଦ୍ୱ ଦର୍ଶାଇ ସେ ୧୦ ସେପ୍ଟେମ୍ବର ୨୦୧୯ରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଏବେ ସେ କାହିଁକି ଓ କେଉଁ ପରିସ୍ଥିତିରେ ଶିବସେନା ହାତ ଧରିବାକୁ ଯାଉଛନ୍ତି ତାହା ସ୍ପଷ୍ଟ ହୋଇ ନ ଥିଲେ ବି ସଞ୍ଜୟ କହିଛନ୍ତି ମଙ୍ଗଳବାର ଉର୍ମିଳା ଶିବସେନାରେ ଯୋଗ ଦେଇ ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?