ଝରପଲ୍ଲୀ, ରାଧାମୋହନପୁର ରାସ୍ତା ଶୋଚନୀୟ

ବ୍ରହ୍ମପୁର ଅଫିସ/ଗୋପାଳପୁର,୧୫।୧୨: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ଝରପଲ୍ଲୀଠାରୁ ରାଧାମୋହନପୁର ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହା ଗୋଳନ୍ଥରା ଥାନା ଗୋବିନ୍ଦନଗର ପଞ୍ଚାୟତ ଅନ୍ତର୍ଗତ ଝିଙ୍କିପଦର, ଝରପଲୀ, ରାଧାମୋହନପୁର ଓ ଗୋବିନ୍ଦନଗରକୁ ସଂଯୋଗ କରୁଛି।
ମିଳିଥିବା ତଥ୍ୟନୁଯାୟୀ, ୨୦୧୮ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଏକ କୋଟି ୮୭ ଲକ୍ଷ୍ୟ ଟଙ୍କା ବ୍ୟୟରେ ୨.୯୭୫ କି.ମି. ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଥିଲା। ପିଚୁ ରାସ୍ତା ୨.୩୮୫ ଓ ୦.୫୯୦ କି.ମି. କଂକ୍ରିଟ ରାସ୍ତା ରହିଛି। ୨୦୧୬ ଡିସେମ୍ବର ୭ରେ କାମ ଆରମ୍ଭ ହୋଇଥିଲା। ୨୦୧୮ ଜୁନ୍‌ ୩୦ରେ କାମ ଶେଷ ହୋଇଥିବା ନେଇ ସୂଚନା ଫଳକରେ ବିରଣୀ ରହିଛି। କିନ୍ତୁ କାମ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ଶେଷ ହୋଇଥିବା ନେଇ ସ୍ଥାନୀୟ ବାସିନ୍ଦା କହିଛନ୍ତି। ରାସ୍ତା ନିର୍ମାଣ ପରେ ଆସନ୍ତା ୫ ବର୍ଷ ଯାଏ ବ୍ୟୟ ଅଟକଳ ଧାର୍ଯ୍ୟ କରାଯାଇଛି। କିନ୍ତୁ ରାସ୍ତା ନିର୍ମାଣର ଦୁଇ ବର୍ଷ ବିତିଯାଇଥିଲେ ସୁଦ୍ଧା ରକ୍ଷଣାବେକ୍ଷଣ ଅଭାବରୁ ଏହା ଶୋଚନୀୟ ହୋଇପଡିଛି। ଦୁଇ ପାର୍ଶ୍ୱ ଦବିଯାଇଥିବା ବେଳେ ପିଚୁ ଉଠି ଗଲାଣି। ଫଳରେ ଅନେକ ସମୟରେ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ସାଧାରଣ ଜନତା ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ମରାମତି ନେଇ ସ୍ଥାନୀୟ ବାସିନ୍ଦା ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏ ନେଇ ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଭାରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ତ୍ରିଲୋଚନ ନାୟକଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ରାସ୍ତା ମରାମତି ରକ୍ଷଣାବେକ୍ଷଣ ୫ ବର୍ଷ ସମୟ ଧାର୍ଯ୍ୟ ରହିଛି। ଖୁବ୍‌ ଶୀଘ୍ର ଏହାର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?