ଓଜେଏସ୍‌ରେ ଈର୍ଶିତା ଟପ୍ପର: କୃତକାର୍ଯ୍ୟ ୪୭ ମଧ୍ୟରୁ ୩୦ ମହିଳା

ଭୁବନେଶ୍ୱର, ୧୦ା୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ପରୀକ୍ଷା-୨୦୧୯ର ରେଜଲ୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୪୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୦ଜଣ ମହିଳା ରହିଛନ୍ତି। ଏହି ୪୭ଜଣ ରାଜ୍ୟରେ ସିଭିଲ୍‌ ଜଜ୍‌ ପଦବୀ ପାଇଁ ମନୋନୀତ ହୋଇଛନ୍ତି। ପରୀକ୍ଷାରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଅଧୀନ ଗଡପୋଷ ଗ୍ରାମର ଈର୍ଶିତା କେସରଓ୍ବାନି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସମ୍ବେଦନା ସନ୍ଦୀପ ଦ୍ୱିତୀୟ ଓ କୃଷ୍ଣ ମିଶ୍ର ତୃତୀୟ ସ୍ଥାନରେ ରହିଛନ୍ତି। ପ୍ରିୟଙ୍କା ପ୍ରିୟଦର୍ଶିନୀ ପଟେଲ ୪ର୍ଥ, ଶୁଭଜିତ ବେହେରା ୫ମ, ଆଦର୍ଶ କୁମାର ବେହେରା ୬ଷ୍ଠ, ଦେବନ ସତ୍ୟଦର୍ଶୀ ନନ୍ଦ ୭ମ, ଅଭିନନ୍ଦନ ରାଏ ୮ମ, ଶ୍ୱେତା ଦାସ ୯ମ ଏବଂ ଶର୍ମିଷ୍ଠା ପାଢ଼ୀ ୧୦ମ ସ୍ଥାନ ହାସଲ କରିଛନ୍ତି। ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ୬ଜଣ ମହିଳା ରହିଛନ୍ତି। ପରୀକ୍ଷାର୍ଥୀମାନେ ଓପିଏସ୍‌ସିର www.opsc.gov.inକୁ ଯାଇ ପରୀକ୍ଷାଫଳ ସମ୍ପର୍କରେ ସୂଚନା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri