ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଦେଲେ ଗୁରୁ ପ୍ରେମଆନନ୍ଦ, ତଦନ୍ତ ହେଲେ…

ଭୁବନେଶ୍ୱର,୨୨।୧୧:ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ତାଙ୍କ ମା’ ହ୍ୟୁମାନଙ୍କ ମୃତ୍ୟୁ ପାଇଁ ତାଙ୍କ ମ୍ୟାନେଜର, ଦିନେଶ, ପ୍ରଶାନ୍ତଙ୍କ ନାଁ ସହ ଜଣେ ମହିଳା ଗାୟିକାଙ୍କ ନାଁ ମଧ୍ୟ ନେଇଛନ୍ତି। ଅନ୍ୟପକ୍ଷେ ମ୍ୟାନେଜର ମଧ୍ୟ ତାଙ୍କ ମା’ ଏବଂ ପରିବାରକୁ ହ୍ୟୁମାନଙ୍କ ମୃତ୍ୟୁର କାରଣ କହିଛନ୍ତି। ଏପରି କି ତାଙ୍କ ମା’ଙ୍କୁ ଅସଭ୍ୟ ଭାଷାରେ ଗାଳି ଦେଇଛନ୍ତି । ଯାହାକୁ ନେଇ ଏବେ ପ୍ରାୟ ସମସ୍ତେ ନିନ୍ଦା କରୁଛନ୍ତି।

ଏହାରି ମଧ୍ୟର ପ୍ରେମଆନନ୍ଦ ଯିଏଥିଲେ ହ୍ୟୁମାନଙ୍କ ଗୁରୁ, ବା କୁହାଯାଇପାରେ ଇଣ୍ଡଷ୍ଟ୍ରିରେ ଯଦି ହ୍ୟୁମାନ କାହାକୁ ଅଧିକ ଭୟ, ଭକ୍ତି,ଭଲପାଉଥିଲେ ସେ ହେଲେ ମ୍ୟୁଜିକ୍‌ ଗୁରୁ ପ୍ରେମଆନନ୍ଦ ସାର। ସେ ହ୍ୟୁମାନଙ୍କୁ ଭଲରେ ଜାଣିଥିଲେ। ହ୍ୟୁମାନଙ୍କ କଥା ତାଙ୍କ ପାଖେ କିଛି ଅଛପା ନଥିଲା। ତାଙ୍କ ସବୁ କଥା ତାଙ୍କୁ ଜଣାଥିଲା। ସେହି ପ୍ରେମଆନନ୍ଦ ଏବେ କହୁଛନ୍ତି ତାଙ୍କ ମୃତ୍ୟୁର ତଦନ୍ତ ହେଉ। ଗୋଟେ ପ୍ରକାର ଏହାବି କିଛି ସୂଚାଉଛି ପ୍ରେମଆନନ୍ଦ କିଛି ଜାଣିଛନ୍ତି। ତେବେ ପ୍ରେମଆନନ୍ଦ କହିଛନ୍ତି, ହ୍ୟୁମାନ ସାଗର ବହୁତ ସରଳ, ତାଙ୍କୁ ଇମୋଶନାଲ ଟ୍ରାପ କରାଯାଉଥିଲା। ତାଙ୍କ ଶାରୀରିକ ଅସୁସ୍ଥତା କଷ୍ଟ ଦେଉଥିଲା। ବାରମ୍ବାର ଝିଅକୁ ଦେଖା କରିବାକୁ ଚାହୁଁଥିଲେ ହ୍ୟୁମାନ। ଝିଅକୁ ଦେଖା କରିବାକୁ କିଏ ଅଟକାଉଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ହ୍ୟୁମାନଙ୍କ ମା’କୁ ଗାଳିଗୁଲଜ କରିବା ଠିକ ନୁହେଁ। ଗୋଟିଏ ବୋଲି ପୁଅକୁ ହରାଇ ମାନସିକ ଭାରସାମ୍ୟ ହରାଇଛନ୍ତି ମାଆ। ହ୍ୟୁମାନଙ୍କ ମୃତ୍ୟୁର ତଦନ୍ତ କରାଗଲେ ସତ୍ୟାସତ୍ୟ ଜଣାପଡ଼ିବ।

ଅନ୍ୟପକ୍ଷେ, ସେକହିଛନ୍ତି  ସୋସିଆଲ ମିଡିଆ ଟ୍ରୋଲ୍‌କୁ ବହୁତ ଡରୁଥିଲେ ହ୍ୟୁମାନ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri