ଏତିକି ଟଙ୍କାର ଡ୍ରେସ୍‌ ପିନ୍ଧି ରେଡ କାର୍ପେଟରେ ଚାଲି ଚର୍ଚ୍ଚାରେ ଉର୍ବଶୀ

ଅଭିନେତ୍ରୀ ଉର୍ବଶୀ ରାଉତେଲା ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରେଡ କାର୍ପେଟରେ ଚାଲି ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି। ସେ ତାଙ୍କର ଲୁକ ଏବଂ ପୋଷାକ ସହିତ ପ୍ରଶଂସକମାନଙ୍କୁ ଆକର୍ଷିତ କରିଛନ୍ତି। ସେ କାନ୍ସ ଫିଲ୍ମ ଫେଷ୍ଟିଭାଲ ରେଡ କାର୍ପେଟରେ ସବୁଠାରୁ ମହଙ୍ଗା ପୋଷାକ ପିନ୍ଧି ଚର୍ଚ୍ଚାକୁ ଆସିଛନ୍ତି। ୨୦୨୬ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅନେକ ଭାରତୀୟ ସେଲିବ୍ରିଟି ଯୋଗ ଦେଇଥିଲେ ମଧ୍ୟ ଉର୍ବଶୀଙ୍କ ଷ୍ଟାଇଲିସ୍‌ ଲୁକ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହି ଲୁକ ପାଇଁ ଅଭିନେତ୍ରୀଙ୍କର ପ୍ରାୟ ୧୫୫.୮୭ ମିଲିୟନ ଡଲାର କିମ୍ବା ପ୍ରାୟ ୧,୪୯୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହାକୁ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସବୁଠାରୁ ମହଙ୍ଗା ପୋଷାକ ଭାବେ ବିବେଚନା କରାଯାଏ।

ଉର୍ବଶୀଙ୍କ ଲୁକ ଭିଏତନାମସ୍ଥିତ ଫ୍ୟାଶନ ହାଉସ ଜୋଲିପୋଲି କାଉଚର ଦ୍ୱାରା ତିଆରି କରାଯାଇଥିଲା। ଏହି ଫ୍ୟାଶନ ହାଉସ ଏହାର କଳ୍ପନାଶୀଳ ଶୈଳୀ, କ୍ରିଷ୍ଟଲ କାମ ଏବଂ ରେଡ କାର୍ପେଟରେ ଫ୍ୟାଶନ ପାଇଁ ଜଣାଶୁଣା।

ଏହି ଡ୍ରେସ ହୀରା ଖଚିତ। ଏହି ଡ୍ରେସ୍‌ ଏପରି ଭାବରେ ଡିଜାଇନ କରାଯାଇଥିଲା, ଯେତେବେଳେ ଲାଇଟ୍‌ ପଡିବ, ତାହା ଚମକିବ। ଏଥିରେ ଏକ ମୁକୁଟ ମଧ୍ୟ ଥିଲା। ଏହା ଉର୍ବଶୀଙ୍କୁ ଏକ ରାଜକୀୟ ଲୁକ ଦେଉଥିଲା।

ମେ ୧୨ରୁ ଫ୍ରାନ୍ସର କାନ୍ସ ସହରରେ ୭୯ତମ କାନ୍ସ ଫେଷ୍ଟିଭାଲ ଆରମ୍ଭ ହୋଇଛି। ଏହି ଉତ୍ସବରେ ଅଂଶଗ୍ରହଣ କରିବା ପାଇଁ ସାରା ବିଶ୍ୱର ସେଲିବ୍ରିଟିମାନେ ଫ୍ରାନ୍ସରେ ପହଞ୍ଚିଛନ୍ତି। ଭାରତରୁ ମଧ୍ୟ ଆଲିଆ ଭଟ୍ଟ, ଉର୍ବଶୀ ରଉତେଲା, କଲ୍ୟାଣୀ ପ୍ରିୟଦର୍ଶିନୀ, ତାରା ସୁତାରିଆ ଏବଂ ହୁମା କୁରେଶୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଆସିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?