ଉର୍ବଶୀଙ୍କ ଭାଗ୍ୟ ଟାଣ

ମୁମ୍ବାଇ: ଅଳ୍ପକେ ବର୍ତ୍ତି ଯାଇଛନ୍ତି ବଲିଉଡ ନାୟିକା ଉର୍ବଶୀ ରୌତେଲା । ୨୫ ଫେବୃୟାରୀରେ ସେ ତାଙ୍କ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି । ଏଥର ସେ ଜନ୍ମଦିନ ତାଙ୍କ ପରିବାର ସହ ମାଲଦ୍ୱୀପରେ ପାଳନ କରିବାର ଯୋଜନା କରିଛନ୍ତି । ଏଥିପାଇଁ ସେ ମାଲଦ୍ୱିପ ବାହାରି ଯାଇଛନ୍ତି । ହେଲେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦୁଇ ଦିନ ପୂର୍ବରୁ ଉର୍ବଶୀ ୟୁକ୍ରେନରେ ଫିଲ୍ମ ଶୁଟିଂରେ ବ୍ୟସ୍ତ ଥିଲେ । ହେଲେ ଜନ୍ମଦିନ ପାଳନ କରିବାକୁ ସେ ଶୁଟିଂରୁ ବିରତି ନେଇ ଭାରତ ଫେରି ଆସିଥିଲେ ।
ଗୁରୁବାର ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଯେଉଁଭଳି ଆକ୍ରମଣ କରାଯାଇଛି ଯଦି ଏବେ ଉର୍ବଶୀ ସେଠାରେ ଥାଆନ୍ତେ ତେବେ ହୁଏତ ସିଏ ଫସି ଯାଇଥାଆନ୍ତେ । ଭାରତ ଫେରିବା ତାଙ୍କ ପାଇଁ ମୁସ୍କିଲ ହୋଇ ଯାଇଥାଆନ୍ତା । ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ରୁଷିଆର ମିଶାଇଲ ଆକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଏବେ ୟୁକ୍ରେନ୍ ବିମାନ ବନ୍ଦରରେ ରୁଷିଆ ଆକ୍ରମଣ କରିବା ଫଳରେ ବିଦେଶ ଉଡାଣକୁ କିଛିଦିନ ପାଇଁ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି ।
ଉର୍ବଶୀ ୟୁକ୍ରେନରେ ତାଙ୍କ ଅପକମିଙ୍ଗ ଫିଲ୍ମ ‘ଦ ଲେଜେଣ୍ଡ’ର ଶୁଟି କରୁଥିଲେ । ଏହି ଫିଲ୍ମ ମାଧ୍ୟମରେ ସେ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି । ଶୁଟିଂ ସମୟର କିଛି ଫଟୋ ଓ ଭିଡିଓ ସେ ୟୁକ୍ରେନରେ ଥାଇ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଶେୟାର ବି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri