Posted inଖେଳ

ଏହି ଅଭିନେତ୍ରୀଙ୍କୁ ହ୍ବାଟ୍‌ସଆପ୍‌ରୁ ବ୍ଲକ୍‌ କରିଦେଇଥିଲେ ରିଷଭ ପନ୍ତ: ଏବେ ଜନ୍ମଦିନ ଶୁଭେଚ୍ଛା ଜଣାଇ ଚର୍ଚ୍ଚାରେ

ଭାରତୀୟ କ୍ରିକେଟ ଦଳର ୱିକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଆଜିକାଲି ତାଙ୍କ କ୍ୟାରିୟରର ସର୍ବୋତ୍ତମ ଫର୍ମରେ ଅଛନ୍ତି। ସମ୍ପ୍ରତି ରିଷଭ ପନ୍ତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳର ଅଧିନାୟକ ଅଛନ୍ତି। କ୍ରିକେଟ ବ୍ୟତୀତ ରିଷଭଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କହିବାକୁ ଗଲେ ତାଙ୍କ ନାମ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ ସହ ଯୋଡା ଯାଇଥିଲା। ଯଦିଓ ଦୁହେଁ ନିଜ ସମ୍ପର୍କ ବିଷୟରେ ଖୋଲାଖୋଲି ଭାବେ କିଛି କହି ନାହାଁନ୍ତି। ଉର୍ବଶୀ ରଉତେଲା ଟୁଇଟରରେ ରିଷଭ ପନ୍ତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପନ୍ତଙ୍କ ଜନ୍ମଦିନ ଅକ୍ଟୋବର ୪ରେ ଥିଲା। କିନ୍ତୁ ଉର୍ବଶୀ ଭୁଲ ସମୟରେ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଥିଲେ। ଅନେକ ଲୋକ ମଧ୍ୟ ଏହି ଦିନ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଉର୍ବଶୀ ରିଷଭଙ୍କୁ ଅକ୍ଟୋବର ୫ ଠିକ ୧୨.୫୫ରେ ଶୁଭେଚ୍ଛା ଜଣାଇଥିଲେ। ଏହାକୁ ନେଇ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ କରାଯାଉଛି।
୨୦୧୯ରେ ରିଷଭ ଏବଂ ଉର୍ବଶୀ ଜୁହୁର ଏଷ୍ଟେଲା ହୋଟେଲରେ ବିଳମ୍ବିତ ରାତ୍ରି ପାର୍ଟି କରିବାକୁ ଯାଉଥିବାର ଦେଖାଯାଇଥିଲା, ଯାହା ପରେ ସୋସିଆଲ ମିଡିଆରେ ଉଭୟଙ୍କ ନେଇ ଚର୍ଚ୍ଚା ହୋଇଥିଲା। କିନ୍ତୁ ତା’ପରେ ଖବର ଆସିଥିଲା ଯେ ଉର୍ବଶୀ ଏବଂ ରିଷଭ ପନ୍ତ ଅଲଗା ହୋଇ ଯାଇଥିଲେ। ପରିସ୍ଥିତି ଏପରି ହୋଇଥିଲା ହ୍ବାଟସଆପ୍‌ରେ ଉର୍ବଶୀଙ୍କୁ ବ୍ଲକ୍‌ କରିଦେଇଥିଲେ।
ସେତେବେଳେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ରିଷଭ ପନ୍ତ ଏକାଦଶ ଖେଳିବାର ସୁଯୋଗ ପାଇ ନ ଥିଲେ। ଏଥି ସହିତ ସେ ପଡ଼ିଆରେ ମଧ୍ୟ ଖରାପ ଫର୍ମରେ ଥିଲେ। ଯାହାକୁ ନେଇ ସେ ମଧ୍ୟ ଚିନ୍ତିତ ଥିଲେ। କଳ୍ପନାଜଳ୍ପନା ଚାଲିଥିଲା ଯେ, ଏହି ଟେନସନ ରିଷଭ ଉର୍ବଶୀଙ୍କୁ ହ୍ବାଟସ ଆପ୍‌ରେ ବ୍ଲକ୍‌ କରିଥିଲେ। ରିଷଭ ଏବେ ଇଶା ନେଗିଙ୍କୁ ଡେଟିଂ କରୁଛନ୍ତି। ଇଶା ଡେରାଡୁନରୁ ଆସିଛନ୍ତି ଏବଂ ସେ ଜଣେ ଇଣ୍ଟେରିୟର ଡିଜାଇନର୍‌। ଇନଷ୍ଟାଗ୍ରାମରେ ଇଶା ନେଗି ବହୁତ ସକ୍ରିୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri