ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବେଜିଂ ଅଲିମ୍ପିକ୍ସକୁ କଲେ ବହିଷ୍କାର…

ଓ୍ବାଶିଂଟନ,୯।୧୨: ଚାଇନାରେ ୨୦୨୨ରେ ହେବାକୁଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବହିଷ୍କାର କରିଛନ୍ତି। ଏନେି ସମ୍ପୃକ୍ତ ଦେଶ ପକ୍ଷରୁ ଘୋଷଣା କରାଯାଇଛି। ଏଭଳି ଘୋଷଣା କରେ ଚାଇନାର ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇଛି। ଚାଇନା କହିଛି ଏହାର ଠିକଣା ଜବାବ ଦିଆଯିବ।

ଜିନଜିଆଙ୍ଗ ପ୍ରଦେଶ ତଥା ଅନ୍ୟ ଅଞ୍ଚଳରେ ଚାଇନା ପକ୍ଷରୁ ମାନବିକ ଅଧିକାରର ଉଲ୍ଲଂଘନକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଚାଇନା ଉଇଗର ସମ୍ପ୍ରଦାୟଙ୍କର ନରସଂହାର କରୁଥିବା ଆମେରିକା କହିଛି। ତେବେ ଏଭଳି ଅଭିଯୋଗ ମିଥ୍ୟା ବୋଲି ଚାଇନା ପକ୍ଷରୁ କୁହାଯାଇଛି।

ଚାଇନାର ବିଦେଶ ମନ୍ତ୍ରଣାଳୟ ପ୍ରବକ୍ତା ଝାଓ ଲିଝିୟନ୍‌ ଉଇଗର ସମ୍ପ୍ରଦାୟ ଉପରେ ହେଉଥିବା ନିର୍ଯାତନା ଅଭିଯୋଗ ଏକ ଗୁଜବ ବୋଲି କହିଛନ୍ତି। ଆମେରିକାର ଏଭଳି ପଦକ୍ଷେପକୁ ଦେଶରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସ୍ବାଗତ କରାଯାଇଛି।

ବେଜିଂରେ ଶୀତକାଳୀନ ଅଲିମ୍ପିକ୍ସ ୨୦୨୨ ଫେବୃୟାରୀ ୪ରୁ ଫେବୃୟାରୀ ୨୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଗତ ମାସରେ କହିଥିଲେ ଯେ ଚାଇନା ମାନବିକ ଅଧିକାରର ଉଲ୍ଲଂଘନ କରୁଛି। ତେଣୁ ବେଜିଂ ଅଲମ୍ପିକ୍ସ୍‌ ବହିଷ୍କାର ଉପରେ ବିଚାର କରାଯାଇଛି। ପୂର୍ବରୁ ୧୯୮୦ରେ ଆମେରିକା ମସ୍କୋ ଅଲିମ୍ପିକ୍ସକୁ ସଂପୂର୍ଣ୍ଣ ଭାବେ ବହିଷ୍କାର କରିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri