କୋଭିଡ ଭାକ୍ସିନର ବୁଷ୍ଟର ଡୋଜ୍‌କୁ ମିଳିଲା ଅନୁମତି: ଦୁର୍ବଳ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ଦିଆଯିବ ତୃତୀୟ ଡୋଜ୍‌

ଓ୍ବାଶିଂଟନ୍‌,୧୩।୮: ଆମେରିକାରେ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍‌ର ପ୍ରୟୋଗକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଆମେରିକାରେ ବର୍ତ୍ତମାନ କରୋନାର ହାଇ ରିସ୍କ ଥିବା ରୋଗୀଙ୍କୁ ଟିକାର ତୃତୀୟ ଡୋଜ୍‌ ଦିଆଯିବ। ମଡର୍ନା ଏବଂ ଫାଇଜର ଟିକାର ତୃତୀୟ ଡୋଜ୍‌କୁ ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଛି। ଆମେରିକାର ଫୁଡ୍‌ ଆଣ୍ଡ ଡ୍ରଗ୍‌ ଆଡମିନିଷ୍ଟ୍ରେସନ୍‌ (ଏଫ୍‌ଡିଏ) ଶୁକ୍ରବାର ଏନେଇ ଘୋଷଣା କରିଛି। ଉଚ୍ଚ ବିପଦଜ୍ଜନକ ରୋଗୀମାନେ ଯଥା ଯେଉଁମାନେ ପୂର୍ବରୁ ଗମ୍ଭୀର ରୋଗରେ ପୀଡ଼ିତ କିମ୍ବା ଯାହାର ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ରହିଛି ସେମାନଙ୍କୁ ଏହି ବୁଷ୍ଟର ଡୋଜ୍‌ରେ ସାମିଲ କରାଯିବ। ଯେପରିକି ଯେଉଁ ରୋଗୀଙ୍କର ପୂର୍ବରୁ ଟ୍ରାନ୍ସପ୍ଲାଣ୍ଟ ହୋଇଛି କିମ୍ବା କର୍କଟ ଭଳି ରୋଗରେ ପୀଡିତ ଅଛନ୍ତି ସେମାନଙ୍କୁ ହିଁ କରୋନା ଟିକାର ତୃତୀୟ ଡୋଜ୍‌ ଦିଆଯିବ ବୋଲି ଏଫ୍‌ଡିଏ ପକ୍ଷରୁ କୁହାଯାଇଛି। ଦେଶରେ କରୋନା ମହାମାରୀର ଆଉ ଏକ ଲହର ଆତଙ୍କ ଖେଳାଇଛି। ଏହି ଲହରରେ ଲୋକଙ୍କ ରୋଗପ୍ରତିରୋଧକ ଶକ୍ତି ଅଧିକ ରହିବା ଜରୁରୀ। ନୂଆ ଭାରିଆଣ୍ଟ ସହ ସଂକ୍ରମଣ ବଢ଼ିବାର ଆଶଙ୍କା ଥିବାରୁ ଏହି ବୁଷ୍ଟର ଡୋଜକୁ ଅନୁମତି ଦିଆଯାଇଛି ବୋଲି ଏଫ୍‌ଡିଏ କମିସନର ଜାନେଟ ଉଡ୍‌କକ୍‌ କହିଛନ୍ତି। ତେବେ ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ଥିବା ଲୋକଙ୍କ ପାଇଁ ଏହି ଅତିରିକ୍ତ ଡୋଜ୍‌ ଆବଶ୍ୟକ ରହିଛି। କିନ୍ତୁ ଯେଉଁମାନେ ସମ୍ପୂର୍ଣ୍ଣ ଟିକାକରଣ କରାଇସାରିଛନ୍ତି ଏବଂ ସୁରକ୍ଷିତ ଅଛନ୍ତି ସେମାନଙ୍କୁ ଏବେ କୋଭିଡ ଟିକାର ଅତିରିକ୍ତ ମାତ୍ରା ଦରକାର ନାହିଁ ବୋଲି ଏଫ୍‌ଡିଏ କମିସନର ଜାନେଟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri