ମାଇନସ୍‌ ୪୫ଡିଗ୍ରୀ ତଳକୁ ଖସିଲା ପାରଦ: ନ୍ୟୁୟର୍କରେ ଇମର୍ଜେନ୍ସି ଘୋଷଣା

ଶିକାଗୋ,୨୪ା୧୨: କରୋନା ସହିତ ବର୍ତ୍ତମାନ ଆମେରିକା ଶୀତଦିନିଆ ବାତ୍ୟା (ବମ୍ବ ସାଇକ୍ଲୋନ) ସହ ସଂଘର୍ଷ କରୁଛି। ବମ୍ବ ସାଇକ୍ଲୋନ ଯୋଗୁ ଯୁକ୍ତରାଷ୍ଟ୍ର ଆମେରିକାର ପଶ୍ଚିମ ମୋଣ୍ଟାନା ରାଜ୍ୟରେ ଶୁକ୍ରବାର ତାପମାତ୍ରା ମାଇନସ୍‌ ୪୫ ଡିଗ୍ରୀକୁ ତଳକୁ ଖସିଆସିଛି। ସେହିପରି ଡେସ ମୋଇନେସ୍‌, ଆଇୱା ଭଳି ସ୍ଥାନଗୁଡିକରେ ତାପମାତ୍ରା ମାଇନସ୍‌ ୩୭ ଥିବା ନେଇ ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳ ତୁଷାର ଝଡ଼ ଯୋଗୁ ୩ହଜରରୁ ଊର୍ଦ୍ଧ୍ୱ ବିମାନ ବାତିଲ ହେବା ସହ ଅଧିକାଂଶ ରାଜପଥ ବନ୍ଦ ହୋଇଯାଇଛି। ଅନ୍ୟପଟେ କାଲୁଆ ପବନ ସାଙ୍ଗକୁ ପ୍ରବଳ ଶୀତ ଯୋଗୁ ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହେବା ସହ ଘରୁ ବାହାରକୁ ବାହାରି ପାରୁନାହାନ୍ତି।

ଫଳରେ ଅନେକ ବ୍ୟବସାୟ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ଏପରିକି ସହରରେ ବିଦ୍ୟୁତ୍‌ ସେବା ମଧ୍ୟ ବନ୍ଦ ହୋଇଯାଇଛି। ୧.୪ ମିଲିୟନ୍‌ରୁ ଊର୍ଦ୍ଧ୍ୱ ଲୋକ ବ୍ଲାକ୍‌ଆଉଟ୍‌ର ପରିସ୍ଥିତି ସାମ୍ନା କରୁଥିବା ବେଳେ ପାଣି ଯୋଗାଣ ମଧ୍ୟ ବନ୍ଦ ରହିଛି। ଅନ୍ୟପଟେ ଶୁକ୍ରବାର ବମ୍‌ ସାଇକ୍ଲୋନ୍‌ ଯୋଗୁ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ପୂର୍ବରୁ ଖରାପ୍‌ ପାଣିପାଗ ଯୋଗୁ ୯ଜଣ ନିଜର ପ୍ରାଣ ହରାଇଥିବା ବେଳେ ବର୍ତ୍ତମାନ ଓହିୟୋରେ କାର ଦୁର୍ଘଟଣାରେ ଆଉ ୪ଜଣଙ୍କର ମୃତ୍ୟୁ ହୋଇଛି। ତେଣୁ ନୁୟର୍କ ଗଭର୍ନର ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିବା ସହ ଲୋକଙ୍କୁ ଘର ଭିତରେ ରହିବାକୁ ଏବଂ ସଜାଗ ରହିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri