ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସହଯୋଗ କହିବ ଆମେରିକା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୧।୧୦ : ରଣନୈତିକ ଦୃଷ୍ଟିକୋଣରୁ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ସ୍ଥିରତା ପାଇଁ ଭାରତର ଭୂମିକାକୁ ବୃଦ୍ଧି କରାଇବାକୁ ଆମେରିକା ସହଯୋଗ କରିବ। ଆମେରିକାର ପ୍ରତିରକ୍ଷା ବିଭାଗ ପେଣ୍ଟାଗନ ଅନୁଯାୟୀ, ଭାରତ ଏହି ମହାସାଗରରେ ସୁରକ୍ଷା ଯୋଗାଉଥିବା ଏକ ପ୍ରମୁଖ ଦେଶ ହୋଇସାରିଛି। ଭାରତ ମଧ୍ୟ ଭାରତ-ପ୍ରଶାନ୍ତ ମହାସାଗରରେ ଏହାର ଭୂମିକାକୁ ବିକଶିତ କରାଇବା ପାଇଁ ପ୍ରତିରକ୍ଷା ଆଧୁନିକୀକରଣ ଉପରେ ଗୁରୁତ୍ୱ ପ୍ରଦାନ କରୁଛି।

ପେଣ୍ଟାଗନର ଜଣେ ବରିଷ୍ଠ ପ୍ରତିରକ୍ଷା ଅଧିକାରୀ କହିଛନ୍ତି ଯେ ଜାନୁଆରୀ ୨୦୨୧ ରେ କ୍ଷମତାକୁ ଆସିବା ପରଠାରୁ ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନ ଭାରତ-ଆମେରିକା ପ୍ରତିରକ୍ଷା ସମ୍ପର୍କକୁ ମଜବୁତ କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ଭାରତୀୟ ଏବଂ ଆମେରିକାରସୈନ୍ୟବାହିନୀ ସହିତ କାର୍ଯ୍ୟ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଆମର ସୈନ୍ୟବାହିନୀର ତିନି ବିଭାଗ ମିଳିତ ସାମରିକ ଅଭ୍ୟାସ ଏହି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଥିଲା ଏବଂ ଭବିଷ୍ୟତର ଆହ୍ବାନ ପାଇଁ ପ୍ରସ୍ତୁତ ହେବାରେ ସାହାଯ୍ୟ କରିବ। ପେଣ୍ଟାଗନ ଅନୁଯାୟୀ ଉଭୟଙ୍କୁ ଭବିଷ୍ୟତର ଆହ୍ବାନ ପାଇଁ ମିଳିତ ପଦକ୍ଷେପ ନେବାକୁ ପଡ଼ିବ। ଏହି ପଦକ୍ଷେପଗୁଡିକ କ’ଣ ହେବ ସେ ସମ୍ବନ୍ଧରେ ସେ ବିସ୍ତୃତ ଉତ୍ତର ଦେଇନାହାନ୍ତି। କିନ୍ତୁ ପ୍ରାକୃତିକ ବିପର୍ଯ୍ୟୟ ଏବଂ ଅନ୍ୟାନ୍ୟ ସଙ୍କଟ ବିଷୟରେ ବହୁ ସାମରିକ ଅଭ୍ୟାସ ଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?