ଭାରତକୁ ୩୮୦୦କୋଟିର ସହାୟତା କରିବ ଆମେରିକା! ରୁଷିଆ ଅସ୍ତ୍ର ଉପରେ ନିର୍ଭରଶୀଳତାକୁ ହ୍ରାସ କରିବାକୁ ଉଦ୍ୟମ

ଓ୍ବାଶିଂଟନ୍‌,୧୮।୫: ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଉପରେ ଭାରତର ନିର୍ଭରଶୀଳତାକୁ ହ୍ରାସ କରିବା ଦିଗରେ ଆମେରିକା ବର୍ତ୍ତମାନ ଏକ ବଡ ପଦକ୍ଷେପ ଗ୍ରହଣ କରିପାରେ। ଭାରତକୁ ୫୦୦ମିଲିୟନ ଡଲାର ତଥା ପ୍ରାୟ ୩,୮୦୦କୋଟି ଟଙ୍କାର ସାମରିକ ସହାୟତା ଯୋଗଇଦେବାକୁ ଚିନ୍ତା କରୁଛି ଆମେରିକା। ଏତେ ପରିମାଣର ଅର୍ଥ ଦେବା ପଛରେ ଆମେରିକାର ଉଦ୍ଦେଶ୍ୟ ହେଉଛି ଭାରତ ସହିତ ଏହାର ପ୍ରତିରକ୍ଷା ସମ୍ପର୍କକୁ ମଜବୁତ କରିବା। ଏନେଇ ବୁଧବାର ବ୍ଲୁମବର୍ଗ ପକ୍ଷରୁ କୁହାଯାଇଛି। ଯଦି ଭାରତକୁ ଏହି ରାଶି ମିଳେ, ତେବେ ଇସ୍ରାଏଲ ଏବଂ ଇଜିପ୍ଟ ପରେ ଆମେରିକାରୁ ସର୍ବବୃହତ ସାମରିକ ସହାୟତା ମିଳୁଥିବା ଦେଶରେ ପରିଣତ ହେବ। ଆମେରିକାର ଅସନ୍ତୋଷକୁ ଅଣଦେଖା କରି ଯେତେବେଳେ ଭାରତ ରୁଷିଆର ମିଶାଇଲ୍‌ ଡିଫେନ୍ସ ସିଷ୍ଟମ ଏସ୍‌-୪୦୦କୁ ମୁତୟନ କରିବାକୁ ଯାଉଥିବା ସମୟରେ ଏହି ଖବର ସାମ୍ନାକୁ ଆସିଛି। ଅନ୍ୟପଟେ ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ଏହି ସହାୟତା ପଛରେ ଆମେରିକାର ଉଦ୍ଦେଶ୍ୟ ଭାରତ ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଉପରେ ନିର୍ଭରଶୀଳତାକୁ ହ୍ରାସ କରିବା। କାରଣ ଭାରତ ହେଉଛି ରୁଷିଆ ଅସ୍ତ୍ରଶସ୍ତ୍ରର ସବୁଠାରୁ ବଡ଼ କ୍ରେତା ବୋଲି ବ୍ଲୁମବର୍ଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri