ପାକିସ୍ତାନ ବିରୋଧି ମନ୍ତବ୍ୟ ଦେଇ ଏହାକୁ ସଂଶୋଧନ କଲା ଆମେରିକା…

ଓ୍ବାଶିଂଟନ,୧୮।୧୦ : ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିବୃତ୍ତି ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ପରମାଣୁ ଅସ୍ତ୍ରଶସ୍ତ୍ର ସହିତ ପାକିସ୍ତାନକୁ ସବୁଠାରୁ ବିପଜ୍ଜନକ ଦେଶ ବୋଲି ବାଇଡେନ କହିଥିଲେ। ଏହି ବିବୃତ୍ତି ପରେ ଅଭିନେତା ଠାରୁ ଆରମ୍ଭ କରି ଖବରଦାତା ତଥା କୂଟନୀତିଜ୍ଞ ପର୍ଯ୍ୟନ୍ତ ଏବଂ ପାକିସ୍ତାନର ନେତାମାନେ ଗୋଟିଏ ପରେ ଗୋଟିଏ ଆମେରିକାକୁ ଘେରିବାକୁ ଲାଗିଲେ। ଆମେରିକାର ରାଷ୍ଟ୍ରଦୂତଙ୍କୁ ଡକାଇ ପାକିସ୍ତାନ ସରକାର ଏସମ୍ପର୍କରେ ଆପତ୍ତି ଉଠାଇ ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିବୃତ୍ତି ନେଇ ଜବାବ ତଲବ କରିଥିଲେ।

ବର୍ତ୍ତମାନ ଆମେରିକାର ମୁଖପାତ୍ର ଏହି ପ୍ରସଙ୍ଗରେ ସ୍ପଷ୍ଟୀକରଣ ଦେଇଛନ୍ତି। ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ବେଦାନ୍ତ ପଟେଲ ଏ ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଆମେରିକା ପାକିସ୍ତାନର ପ୍ରତିବଦ୍ଧତା ଏବଂ ଆଣବିକ ଅସ୍ତ୍ରଶସ୍ତ୍ରକୁ ସୁରକ୍ଷିତ ରଖିବା କ୍ଷମତା ଉପରେ ବିଶ୍ୱାସ ରଖିଛି। ନିଜର ସ୍ବାର୍ଥ ପାଇଁ ଆମେରିକା ସର୍ବଦା ଏକ ସୁରକ୍ଷିତ ଏବଂ ସମୃଦ୍ଧ ଦେଶ ଭାବେ ପାକିସ୍ତାନକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରିଛି। ପାକିସ୍ତାନ ସହ ଦୀର୍ଘ ଦିନର ସହଯୋଗକୁ ମଧ୍ୟ ଆମେରିକା ଗୁରୁତ୍ୱ ଦେଇଥାଏ।
ଏପରି ମନ୍ତବ୍ୟ ଜାରି କରି ଆମେରିକା ପାକିସ୍ତାନ ସହିତ ସମ୍ପର୍କରେ ସ୍ଥିରତା ଆଣିବାକୁ ଉଦ୍ୟମ କରିବା ସହିତ ଏସିଆର ବିଭିନ୍ନ ଦେଶଙ୍କ ସହିତ ବନ୍ଧୁତାପୂର୍ଣ୍ଣ ସ୍ଥିତି ସୃଷ୍ଟି କରିବାକୁ ଚାହୁଁଥିବା ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri