ଅଶାନ୍ତ ଆମେରିକା: କାଉନସିଲରଙ୍କୁ ଘର ବାହାରେ ଗୁଳି କରି ହତ୍ୟା

ୱାଶିଂଟନ,୩ ।୨: ସାୟରେଭେଲେରେ ରହୁଥିବା ନ୍ୟୁ ଜର୍ସିର ଜଣେ କାଉନସିଲରଙ୍କୁ ବୁଧବାର ରାତିରେ ତାଙ୍କ କାର ଭିତରେ ଘର ବାହାରେ ଗୁଳି କରି ହତ୍ୟା କରାଯାଇଛି । ମୃତକଙ୍କ ବୟସ ୩୦ ବର୍ଷ ହେବ ବୋଲି କୁହାଯାଉଛି । ସେ ହେଉଛନ୍ତି ୟୁନିସ ଡ୍ରବମଫୋର । ଧଳା ରଙ୍ଗର ଏସୟୁଭି ଗାଡି ଭିତରେ ତାଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି । ତାଙ୍କ ଶରୀରରେ ଅନେକ ଗୁଳି ବାଜିଛି । କାରଟି ସାୟରେଭେଲେରେ ଲା ମେର ଆପାର୍ଟମେଣ୍ଟ ପରିସରରେ କ୍ୟାମଲ୍ୟାଟ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ପୋଲିସ କହିଛି କି ସେ ଶୁଟିଂ ସମୟରେ ସେ ଟାର୍ଗେଟରେ ଥିଲେ, ହେଲେ ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ ।

ମିଡିଲସେକ୍ସ କାଉଂଟି ଅଭିଯୋଜକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି କି ୯୧୧ କଲରେ ସନ୍ଧ୍ୟା ପ୍ରାୟ ୭ଟା ୨୨ରେ ଗୁଳିକାଣ୍ଡର ସୂଚନା ମିଳିଥିଲା । ନ୍ୟୁଜର୍ସିର ଗଭର୍ନର ଫିଲ ମର୍ଫି କହିଥିଲେ, ସେ ମହିଳା କାଉନସିଲରଙ୍କ ମୃତ୍ୟୁ ଖବର ପାଇ ସ୍ତବ୍ଧ ହୋଇଯାଇଛନ୍ତି । ମର୍ଫି ଏକ ବୟାନରେ କହିଛନ୍ତି, ସାର୍ବଜନିକ ସେବାରେ ତାଙ୍କର କ୍ୟାରିୟର ଏବେ ଆରମ୍ଭ ହୋଇଥିଲା । ସେ ପୂର୍ବରୁ ବରେ କାଉନସିଲର ଜଣେ ପ୍ରତିଷ୍ଠିତ ସଦସ୍ୟ ଭାବେ ନିଜର ପ୍ରତିଷ୍ଠା କରିଥିଲେ । ସେ ତାଙ୍କ ଦାୟିତ୍ୱ ସମ୍ପୂର୍ଣ୍ଣ ମନ ଦେଇ କରିଥିଲେ । ମୁଁ କାଉନସିଲ ଓମେନ ଡ୍ରଭୁମଫୋରଙ୍କ ପରିବାର ଓ ଆତ୍ମିୟସ୍ୱଜନ ଓ ସମ୍ପୂର୍ଣ୍ଣ ସାୟରଭିଲେ ସମ୍ପ୍ରଦାୟଙ୍କ ପ୍ରତି ସମବେଦନା ଜଣାଉଛି । ଏହି କ୍ଷତିରେ ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri