ଢେଙ୍କାନାଳରେ ଆମେରିକା ପ୍ରତିନିଧି ଦଳ

ଢେଙ୍କାନାଳ ଅଫିସ, ୧୬।୬ – ଆମେରିକାର ବିଲ୍‌ ଆଣ୍ଡ୍‌ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନ (ବିଏମ୍‌ଜିଏଫ୍‌)ର ଏକ ପ୍ରତିନିଧି ଦଳ ବୁଧବାର ଢେଙ୍କାନାଳ ଜିଲା ପରିଦର୍ଶନରେ ଆସିଛନ୍ତି। ବିଏମ୍‌ଜିଏଫ୍‌ର ବ୍ରିଆନ୍‌ ଆର୍‌ବୋଗାଷ୍ଟଙ୍କ ନେତୃତ୍ୱରେ ରୋଶନ ଶ୍ରୋଷ୍ଠା, ଅର୍ଚ୍ଚନା ବ୍ୟାସ, ସଫି ଗୁଡୱାନୀ ପ୍ରମୁଖ ପୌରାଞ୍ଚଳର ୮ନଂ. ୱାର୍ଡ ବାଞ୍ଛକୁସୁମସ୍ଥିତ ମଳପଙ୍କ ପରିଚାଳନା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏଥିସହ ସେଠାରେ ନିୟୋଜିତ ଏସ୍‌ଏଚ୍‌ଜି ସଦସ୍ୟାଙ୍କ ସହିତ କେନ୍ଦ୍ରର ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।
ପୌରାଞ୍ଚଳ ସମେତ ୫ ପଞ୍ଚାୟତକୁ ନେଇ ଉକ୍ତ ମଳପଙ୍କ ପରିଚାଳନା କେନ୍ଦ୍ର କାର୍ଯ୍ୟକ୍ଷମ ଅଛି। ଉକ୍ତ ୫ ପଞ୍ଚାୟତର ସରପଞ୍ଚଙ୍କ ସହ ମଳପଙ୍କ ପରିଚାଳନା ସମ୍ପର୍କରେ ଭାବବିନିମୟ କରିଥିଲେ। ଜାଗା ମିଶନ କାର୍ଯ୍ୟ କରୁଥିବା ସ୍ଥାନରେ ଡ୍ରେନ୍‌ ପାଣିକୁ ଫିଲ୍ଟର କରାଯାଇ ଭୂତଳଗାମୀ କରାଯାଉଛି। ଉକ୍ତ ପ୍ରକଳ୍ପ ସ୍ଥଳ ବୁଲି ଜ୍ଞାନ ଆହରଣ କରିଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରତିନିଧି ଦଳ ସମେତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର, ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ବିଡିଓ ସୁଧୀର କୁମାର ନାୟକ, ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ପୌରଯନ୍ତ୍ରୀ ରଶ୍ମିତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ବିଭିନ୍ନ ସ୍ଥାନରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାର ୨ବର୍ଷ ପରେ ବନ୍ଦ ହୋଇଯାଉଛି। ତେବେ ଢେଙ୍କାନାଳରେ ୪ବର୍ଷ ହେବ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଠିକ୍‌ ପରିଚାଳନା ଯୋଗୁ ଏହା କାର୍ଯ୍ୟକ୍ଷମ ରହିଛି। ଏହାକୁ ନେଇ ପ୍ରତିନିଧି ଦଳ ସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରାରମ୍ଭରେ ପ୍ରତିନିଧି ଦଳକୁ ପାରମ୍ପରିକ ଆଦିବାସୀ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଇଥିଲା। ପୌରସଂସ୍ଥା ଓ ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ପ୍ରତିନିଧି ଦଳ ସହିତ ସେଣ୍ଟର ଫର୍‌ ପଲିସି ରିସର୍ଚ୍ଚ ସଂସ୍ଥା, ଆର୍‌ନେଷ୍ଟ, ୟଙ୍ଗେଷ୍ଟ ସଂସ୍ଥାର କର୍ମକର୍ତ୍ତାମାନେ ମଧ୍ୟ ପ୍ରକଳ୍ପ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?