Posted inଖେଳ

ଆମେରିକା ପ୍ରତିନିଧି ଦଳର କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ

ଭୁବନେଶ୍ୱର, ୧୪ା୯(କ୍ରୀଡ଼ା ପ୍ରତିନିଧି): ଅକ୍ଟୋବର ୧୧ରୁ ୩୦ ପର୍ଯ୍ୟନ୍ତ ଭାରତର ୩ଟି ଭେନ୍ୟୁରେ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଅନୁଷ୍ଠିତ ହେବ। ଭାଗ ନେବାକୁ ଯାଉଥିବା ୧୬ଟି ଦଳ ମଧ୍ୟରୁ ଅନ୍ୟତମ ଆମେରିକାର ଏକ ପ୍ରତିନିଧି ମଣ୍ଡଳୀ ସମ୍ପ୍ରତି ଭାରତ ଗସ୍ତରେ ଅଛନ୍ତି। ଏହି ପ୍ରତିନିଧି ଦଳ ମଙ୍ଗଳବାର ଭୁବନେଶ୍ୱର ଆସି କଳିଙ୍ଗ ଷ୍ଟାଡିୟମ ଏବଂ ଟ୍ରେନିଂ ସେଣ୍ଟର ଗୁଡ଼ିକ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ସେମାନେ ଭିତ୍ତିଭୂମୀ ପରକ୍ଷିବା ସହ ବିଭିନ୍ନ ସୁବିଧା ସୁଯୋଗ ସମ୍ପର୍କରେ ଅବଗତ ହୋଇଛନ୍ତି। ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର କର୍ମକର୍ତ୍ତା ଏବଂ ସ୍ଥାନୀୟ ଆୟୋଜକ କମିଟି (ଏଲ୍‌ଓସି)ର କର୍ମକର୍ତ୍ତାମାନେ ସେମାନଙ୍କୁ ଏ ଦିଗରେ ସହଯୋଗ କରିଥିଲେ। ପ୍ରକାଶ ଯୋଗ୍ୟ ଯେ, ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସମେତ ଗୋଆର ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମ ଏବଂ ନଭି ମୁମ୍ବାଇସ୍ଥିତ ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ମ୍ୟାଚ ଗୁଡ଼ିକ ଖେଳାଯିବ। ଗ୍ରୁପ୍‌ ପର୍ଯାୟରେ ଭାରତର ସମସ୍ତ ୩ଟି ଯାକ ମ୍ୟାଚ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହା ବ୍ୟତୀତ ଅନ୍ୟ ୩ଟି ମ୍ୟାଚ ମଧ୍ୟ ଏଠାରେ ଖେଳାଯିବ। ଅକ୍ଟୋବର ୧୧ ଅପରାହ୍ନ ୪ଟା ୩୦ରେ ମରକ୍କୋ-ବ୍ରାଜିଲ ଏବଂ ରାତି ୮ଟାରେ ଭାରତ-ଆମେରିକା ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ସେହିପରି ୧୪ ତାରିଖ ଅପରାହ୍ନ ୪ଟା ୩୦ରେ ବ୍ରାଜିଲ-ଆମେରିକା ଓ ରାତି ୮ଟାରେ ଭାରତ-ମରକ୍କୋ ମ୍ୟାଚ ଖେଳାଯିବ। ଅକ୍ଟୋବର ୧୭ରେ ନାଇଜେରିଆ-ଚିଲି ଏବଂ ଭାରତ-ବ୍ରାଜିଲ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଗ୍ରୁପ୍‌ ‘ଏ’ରେ ଭାରତ, ଆମେରିକା, ମରକ୍କୋ, ବ୍ରାଜିଲ, ଗ୍ରୁପ୍‌ ‘ବି’ରେ ଜର୍ମାନୀ, ନାଇଜେରିଆ, ଚିଲି, ନ୍ୟୁଜିଲାଣ୍ଡ, ଗ୍ରୁପ୍‌ ‘ସି’ରେ ସ୍ପେନ, କଲମ୍ବୋ, ମେକ୍ସିକୋ, ଚାଇନା ଏବଂ ଗ୍ରୁପ୍‌ ‘ଡି’ରେ ଜାପାନ, ତାଞ୍ଜାନିଆ, କାନାଡ଼ା ଓ ଫ୍ରାନ୍ସ ସ୍ଥାନ ପାଇଛନ୍ତି। ଅକ୍ଟୋବର ୨୧ ଓ ୨୨ ତାରିଖରେ ୪ଟି କ୍ୱାର୍ଟର ଫାଇନାଲ, ୨୬ରେ ୨ଟି ସେମିଫାଇନାଲ ଏବଂ ୩୦ରେ ତୃତୀୟ ସ୍ଥାନ ପାଇଁ ପ୍ଲେ-ଅଫ୍‌ ଏବଂ ଫାଇନାଲ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri